40ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,
41ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ ଏହା ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲର ଉପହାର।
42ଷଷ୍ଠ ଦିନ ଗାଦ୍-ସନ୍ତାନଗଣର ଅଧିପତି ଦ୍ୟୂୟେଲର ପୁତ୍ର ଇଲୀୟାସଫ୍ ଆଣିଲା;
43ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
44ଆଉ ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;