9ତହୁଁ ତୁମ୍ଭେ ଲେବୀୟମାନଙ୍କୁ ସମାଗମ-ତମ୍ବୁ ସମ୍ମୁଖରେ ଉପସ୍ଥିତ କରାଇବ; ପୁଣି, ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏକତ୍ର କରିବ।
10ଆଉ ତୁମ୍ଭେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବ; ତହୁଁ ଇସ୍ରାଏଲ-ସନ୍ତାନଗଣ ଲେବୀୟମାନଙ୍କ ଉପରେ ଆପଣାମାନଙ୍କ ହସ୍ତ ରଖିବେ।
11ଆଉ ହାରୋଣ ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ତହିଁରେ ସେମାନେ ସଦାପ୍ରଭୁଙ୍କର ସେବା କରି ପାରିବେ।
12ତହିଁ ଉତ୍ତାରେ ଲେବୀୟମାନେ ସେହି ଦୁଇ ଗୋବତ୍ସର ମସ୍ତକରେ ଆପଣାମାନଙ୍କ ହସ୍ତ ରଖିବେ; ତହୁଁ ତୁମ୍ଭେ ଲେବୀୟମାନଙ୍କ ପାଇଁ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିଏକୁ ପାପାର୍ଥକ ବଳି ରୂପେ ଓ ଅନ୍ୟଟିକୁ ହୋମାର୍ଥକ ବଳି ରୂପେ ଉତ୍ସର୍ଗ କରିବ।
13ପୁଣି, ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣ ସମ୍ମୁଖରେ ଲେବୀୟମାନଙ୍କୁ ଉପସ୍ଥିତ କରାଇ ଦୋଳନୀୟ ନୈବେଦ୍ୟ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।