13ପୁଣି, ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣ ସମ୍ମୁଖରେ ଲେବୀୟମାନଙ୍କୁ ଉପସ୍ଥିତ କରାଇ ଦୋଳନୀୟ ନୈବେଦ୍ୟ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।
14ଏହିରୂପେ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଠାରୁ ଲେବୀୟମାନଙ୍କୁ ପୃଥକ କରିବ; ତହିଁରେ ଲେବୀୟମାନେ ଆମ୍ଭର ହେବେ।
15ତହିଁ ଉତ୍ତାରେ ଲେବୀୟମାନେ ସେବା କରିବା ନିମନ୍ତେ ସମାଗମ-ତମ୍ବୁରେ ପ୍ରବେଶ କରିବେ; ପୁଣି, ତୁମ୍ଭେ ସେମାନଙ୍କୁ ଶୁଚି କରି ଦୋଳନୀୟ ନୈବେଦ୍ୟ ରୂପେ ଉତ୍ସର୍ଗ କରିବ।
16କାରଣ ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଆମ୍ଭ ଉଦ୍ଦେଶ୍ୟରେ ସମ୍ପୂର୍ଣ୍ଣ ରୂପେ ଦତ୍ତ ଲୋକ; ଆମ୍ଭେ ଇସ୍ରାଏଲର ସନ୍ତାନଗଣ ମଧ୍ୟରୁ ସମସ୍ତ ପ୍ରଥମଜାତ ଗର୍ଭଫଳ ବଦଳେ ସେମାନଙ୍କୁ ଆପଣା ନିମନ୍ତେ ଗ୍ରହଣ କଲୁ।
17ଯେହେତୁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ମନୁଷ୍ୟ ଓ ପଶୁ, ଉଭୟର ସମସ୍ତ ପ୍ରଥମଜାତ ଆମ୍ଭର ମିସର ଦେଶର ସମସ୍ତ ପ୍ରଥମଜାତଙ୍କୁ ଆଘାତ କରିବା ଦିନ ଆମ୍ଭେ ସେମାନଙ୍କୁ ଆପଣା ନିମନ୍ତେ ପବିତ୍ର କଲୁ।