15ତହିଁ ଉତ୍ତାରେ ଲେବୀୟମାନେ ସେବା କରିବା ନିମନ୍ତେ ସମାଗମ-ତମ୍ବୁରେ ପ୍ରବେଶ କରିବେ; ପୁଣି, ତୁମ୍ଭେ ସେମାନଙ୍କୁ ଶୁଚି କରି ଦୋଳନୀୟ ନୈବେଦ୍ୟ ରୂପେ ଉତ୍ସର୍ଗ କରିବ।
16କାରଣ ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଆମ୍ଭ ଉଦ୍ଦେଶ୍ୟରେ ସମ୍ପୂର୍ଣ୍ଣ ରୂପେ ଦତ୍ତ ଲୋକ; ଆମ୍ଭେ ଇସ୍ରାଏଲର ସନ୍ତାନଗଣ ମଧ୍ୟରୁ ସମସ୍ତ ପ୍ରଥମଜାତ ଗର୍ଭଫଳ ବଦଳେ ସେମାନଙ୍କୁ ଆପଣା ନିମନ୍ତେ ଗ୍ରହଣ କଲୁ।
17ଯେହେତୁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ମନୁଷ୍ୟ ଓ ପଶୁ, ଉଭୟର ସମସ୍ତ ପ୍ରଥମଜାତ ଆମ୍ଭର ମିସର ଦେଶର ସମସ୍ତ ପ୍ରଥମଜାତଙ୍କୁ ଆଘାତ କରିବା ଦିନ ଆମ୍ଭେ ସେମାନଙ୍କୁ ଆପଣା ନିମନ୍ତେ ପବିତ୍ର କଲୁ।
18ପୁଣି, ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ବଦଳେ ଆମ୍ଭେ ଲେବୀୟମାନଙ୍କୁ ଗ୍ରହଣ କଲୁ।
19ଆଉ ଇସ୍ରାଏଲ-ସନ୍ତାନଗଣ ପବିତ୍ର ସ୍ଥାନ ନିକଟକୁ ଆସିବା ସମୟରେ ଯେପରି ସେମାନଙ୍କ ମଧ୍ୟରେ ମହାମାରୀ ଉପସ୍ଥିତ ନ ହୁଏ, ଏଥିପାଇଁ ଆମ୍ଭେ ସମାଗମ-ତମ୍ବୁରେ ଇସ୍ରାଏଲ-ସନ୍ତାନଗଣ ବଦଳେ ସେବା ଓ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ଦାନ ରୂପେ ହାରୋଣ ଓ ତାହାର ପୁତ୍ରଗଣଙ୍କୁ ଦେଲୁ।”