19ଆଉ ଇସ୍ରାଏଲ-ସନ୍ତାନଗଣ ପବିତ୍ର ସ୍ଥାନ ନିକଟକୁ ଆସିବା ସମୟରେ ଯେପରି ସେମାନଙ୍କ ମଧ୍ୟରେ ମହାମାରୀ ଉପସ୍ଥିତ ନ ହୁଏ, ଏଥିପାଇଁ ଆମ୍ଭେ ସମାଗମ-ତମ୍ବୁରେ ଇସ୍ରାଏଲ-ସନ୍ତାନଗଣ ବଦଳେ ସେବା ଓ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ଦାନ ରୂପେ ହାରୋଣ ଓ ତାହାର ପୁତ୍ରଗଣଙ୍କୁ ଦେଲୁ।”
20ଏହିରୂପେ ମୋଶା, ହାରୋଣ ଓ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ଲେବୀୟମାନଙ୍କ ପ୍ରତି କଲେ; ସଦାପ୍ରଭୁ ଲେବୀୟମାନଙ୍କ ବିଷୟରେ ମୋଶାଙ୍କୁ ଯେଉଁ ସମସ୍ତ ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କ ପ୍ରତି କଲେ।
21ପୁଣି, ଲେବୀୟମାନେ ଆପଣା ଆପଣାକୁ ପାପରୁ ପରିଷ୍କାର କଲେ ଓ ଆପଣା ଆପଣା ବସ୍ତ୍ର ଧୌତ କଲେ; ତହୁଁ ହାରୋଣ ସେମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟ ରୂପେ ଉତ୍ସର୍ଗ କଲେ; ଆଉ ହାରୋଣ ସେମାନଙ୍କୁ ଶୁଚି କରିବା ନିମନ୍ତେ ପ୍ରାୟଶ୍ଚିତ୍ତ କଲେ।
22ତହିଁ ଉତ୍ତାରେ ଲେବୀୟମାନେ ହାରୋଣର ସମ୍ମୁଖରେ ଓ ତାହାର ପୁତ୍ରଗଣ ସମ୍ମୁଖରେ ଆପଣା ଆପଣା ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁରେ ପ୍ରବେଶ କଲେ; ସଦାପ୍ରଭୁ ଲେବୀୟମାନଙ୍କ ବିଷୟରେ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନଙ୍କ ପ୍ରତି କଲେ।
23ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,