ଗଣନା ପୁସ୍ତକ 8

“ଲେବୀୟମାନଙ୍କ ବିଷୟରେ ଏହି ବ୍ୟବସ୍ଥା ପଚିଶ ବର୍ଷ ବୟସରୁ ଲେବୀୟମାନେ ସମାଗମ-ତମ୍ବୁରେ ସେବାକର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେବେ।

Numbers 8:24 (UKJV) This is it that belongs unto the Levites: from twenty and five years old and upward they shall go in to wait upon the service of the tabernacle of the congregation:

22ତହିଁ ଉତ୍ତାରେ ଲେବୀୟମାନେ ହାରୋଣର ସମ୍ମୁଖରେ ଓ ତାହାର ପୁତ୍ରଗଣ ସମ୍ମୁଖରେ ଆପଣା ଆପଣା ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁରେ ପ୍ରବେଶ କଲେ; ସଦାପ୍ରଭୁ ଲେବୀୟମାନଙ୍କ ବିଷୟରେ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନଙ୍କ ପ୍ରତି କଲେ।

23ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

24“ଲେବୀୟମାନଙ୍କ ବିଷୟରେ ଏହି ବ୍ୟବସ୍ଥା ପଚିଶ ବର୍ଷ ବୟସରୁ ଲେବୀୟମାନେ ସମାଗମ-ତମ୍ବୁରେ ସେବାକର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେବେ।

25ପୁଣି, ସେମାନେ ପଚାଶ ବର୍ଷ ବୟସ୍କ ହେଲେ, ସେବାକର୍ମରୁ ନିବୃତ୍ତ ହୋଇ ଆଉ ସେବା କରିବେ ନାହିଁ;

26ତଥାପି ସେମାନେ ରକ୍ଷଣୀୟ ରକ୍ଷା କରିବାରେ ସମାଗମ-ତମ୍ବୁରେ ଆପଣା ଆପଣା ଭ୍ରାତା ସହିତ ସେବାକର୍ମ କରିବେ ଓ ଅନ୍ୟ ସେବା କରିବେ ନାହିଁ; ଲେବୀୟମାନଙ୍କ ରକ୍ଷଣୀୟ ବିଷୟରେ ତୁମ୍ଭେ ସେମାନଙ୍କ ପ୍ରତି ଏରୂପ କରିବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.