2“ତୁମ୍ଭେ ହାରୋଣକୁ କୁହ, ‘ତୁମ୍ଭେ ପ୍ରଦୀପ ଜାଳିବା ସମୟରେ ସେହି ସପ୍ତ ପ୍ରଦୀପ ଦୀପବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ଦେବ।’”
3ତହିଁରେ ହାରୋଣ ସେହିରୂପ କଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, ଯେପରି ଦୀପବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ହେବ, ସେ ସେହିପରି ଦୀପମାନ ଜ୍ୱଳାଇଲେ।
4ସେହି ଦୀପବୃକ୍ଷର କର୍ମ ସ୍ୱର୍ଣ୍ଣର ପିଟାକର୍ମ ଥିଲା; ତହିଁର ଗଣ୍ଡି ଓ ପୁଷ୍ପ ପର୍ଯ୍ୟନ୍ତ ପିଟାକର୍ମ ଥିଲା; ସଦାପ୍ରଭୁ ମୋଶାଙ୍କୁ ଯେଉଁ ଆଦର୍ଶ ଦେଖାଇଥିଲେ, ତଦନୁସାରେ ସେ ଦୀପବୃକ୍ଷ ନିର୍ମାଣ କଲେ।
5ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
6“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ନେଇ ଶୁଚି କର।