4ସେହି ଦୀପବୃକ୍ଷର କର୍ମ ସ୍ୱର୍ଣ୍ଣର ପିଟାକର୍ମ ଥିଲା; ତହିଁର ଗଣ୍ଡି ଓ ପୁଷ୍ପ ପର୍ଯ୍ୟନ୍ତ ପିଟାକର୍ମ ଥିଲା; ସଦାପ୍ରଭୁ ମୋଶାଙ୍କୁ ଯେଉଁ ଆଦର୍ଶ ଦେଖାଇଥିଲେ, ତଦନୁସାରେ ସେ ଦୀପବୃକ୍ଷ ନିର୍ମାଣ କଲେ।
5ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
6“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ନେଇ ଶୁଚି କର।
7ତୁମ୍ଭେ ସେମାନଙ୍କୁ ଶୁଚି କରିବା ନିମନ୍ତେ ଏହିରୂପ କରିବ; ସେମାନଙ୍କ ଉପରେ ପବିତ୍ରୀକରଣ ଜଳ ପ୍ରକ୍ଷେପ କର ଓ ସେମାନେ ଆପଣା ଆପଣାର ସମସ୍ତ ଶରୀରରେ କ୍ଷୁର ଚଳାନ୍ତୁ ଓ ସେମାନେ ଆପଣା ଆପଣା ବସ୍ତ୍ର ଧୋଇ ଆପଣା ଆପଣାକୁ ଶୁଚି କରନ୍ତୁ।
8ତହିଁ ଉତ୍ତାରେ ସେମାନେ ଏକ ଗୋବତ୍ସ ଓ ତହିଁର ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଆଣନ୍ତୁ, ପୁଣି, ତୁମ୍ଭେ ଆଉ ଏକ ଗୋବତ୍ସ ପାପାର୍ଥକ ବଳି ନିମନ୍ତେ ନେବ।