8ତେବେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ରହିଥାଅ; ତୁମ୍ଭମାନଙ୍କ ବିଷୟରେ ସଦାପ୍ରଭୁ କି ଆଜ୍ଞା ଦେବେ, ତାହା ଶୁଣେ।”
9ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
10“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ‘ତୁମ୍ଭମାନଙ୍କ ମଧ୍ୟରେ କିଅବା ତୁମ୍ଭମାନଙ୍କ ଭବିଷ୍ୟତ ସନ୍ତାନଗଣ ମଧ୍ୟରେ ଯଦି କେହି ଶବ ଦ୍ୱାରା ଅଶୁଚି ହୁଏ, କିଅବା ଦୂର ସ୍ଥାନରେ ପଥିକ ହୁଏ, ତେବେ ହେଁ ସେ ସଦାପ୍ରଭୁଙ୍କ ନିସ୍ତାର ପର୍ବ ପାଳନ କରିବ;’
11ଦ୍ୱିତୀୟ ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ସମୟରେ ସେମାନେ ତାହା ପାଳନ କରିବେ; ସେମାନେ ତାଡ଼ିଶୂନ୍ୟ ରୁଟି ଓ ପିତା ଶାକ ସହିତ ତାହା ଭୋଜନ କରିବେ;
12ସେମାନେ ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ରଖିବେ ନାହିଁ କିଅବା ତହିଁର କୌଣସି ହାଡ଼ ଭାଙ୍ଗିବେ ନାହିଁ; ସେମାନେ ନିସ୍ତାର ପର୍ବର ସମସ୍ତ ବିଧି ଅନୁସାରେ ପାଳନ କରିବେ।