12ସେମାନେ ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ରଖିବେ ନାହିଁ କିଅବା ତହିଁର କୌଣସି ହାଡ଼ ଭାଙ୍ଗିବେ ନାହିଁ; ସେମାନେ ନିସ୍ତାର ପର୍ବର ସମସ୍ତ ବିଧି ଅନୁସାରେ ପାଳନ କରିବେ।
13ମାତ୍ର ଯେକେହି ଶୁଚି ଥାଇ ଓ ପଥିକ ନ ହୋଇ ନିସ୍ତାର ପର୍ବ ପାଳନ କରିବାରୁ କ୍ଷାନ୍ତ ହୁଏ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କଲା ନାହିଁ, ଏଥିପାଇଁ ସେହି ମନୁଷ୍ୟ ଆପଣା ପାପ ବୋହିବ;
14ଆଉ ଯଦି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ କୌଣସି ବିଦେଶୀୟ ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବାକୁ ଇଚ୍ଛା କରେ, ତେବେ ସେ ନିସ୍ତାର ପର୍ବର ବିଧି ଅନୁସାରେ ଓ ତହିଁର ନିୟମାନୁସାରେ ତାହା ପାଳନ କରିବ; ସ୍ୱଦେଶଜାତ କିମ୍ବା ବିଦେଶଜାତ, ଦୁହିଁଙ୍କ ପାଇଁ ତୁମ୍ଭମାନଙ୍କର ଏକ ବିଧି ହେବ।”
15ଆଉ ଯେଉଁ ଦିନ ଆବାସ ସ୍ଥାପିତ ହେଲା, ସେହି ଦିନ ମେଘ ଆବାସକୁ, ଅର୍ଥାତ୍, ସାକ୍ଷ୍ୟ-ତମ୍ବୁକୁ ଆଚ୍ଛାଦନ କଲା; ପୁଣି, ତାହା ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ଆବାସ ଉପରେ ଅଗ୍ନି ତୁଲ୍ୟ ଦେଖାଗଲା
16ଏହିରୂପେ ସର୍ବଦା ହେଲା; ମେଘ ଆବାସକୁ ଆଚ୍ଛାଦନ କଲା, ପୁଣି, ରାତ୍ରିରେ ଅଗ୍ନି ତୁଲ୍ୟ ଦେଖାଗଲା।