ଗଣନା ପୁସ୍ତକ 9

ଏହିରୂପେ ସର୍ବଦା ହେଲା; ମେଘ ଆବାସକୁ ଆଚ୍ଛାଦନ କଲା, ପୁଣି, ରାତ୍ରିରେ ଅଗ୍ନି ତୁଲ୍ୟ ଦେଖାଗଲା।

Numbers 9:16 (UKJV) So it was always: the cloud covered it by day, and the appearance of fire by night.

14ଆଉ ଯଦି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ କୌଣସି ବିଦେଶୀୟ ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବାକୁ ଇଚ୍ଛା କରେ, ତେବେ ସେ ନିସ୍ତାର ପର୍ବର ବିଧି ଅନୁସାରେ ଓ ତହିଁର ନିୟମାନୁସାରେ ତାହା ପାଳନ କରିବ; ସ୍ୱଦେଶଜାତ କିମ୍ବା ବିଦେଶଜାତ, ଦୁହିଁଙ୍କ ପାଇଁ ତୁମ୍ଭମାନଙ୍କର ଏକ ବିଧି ହେବ।”

15ଆଉ ଯେଉଁ ଦିନ ଆବାସ ସ୍ଥାପିତ ହେଲା, ସେହି ଦିନ ମେଘ ଆବାସକୁ, ଅର୍ଥାତ୍‍, ସାକ୍ଷ୍ୟ-ତମ୍ବୁକୁ ଆଚ୍ଛାଦନ କଲା; ପୁଣି, ତାହା ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ଆବାସ ଉପରେ ଅଗ୍ନି ତୁଲ୍ୟ ଦେଖାଗଲା

16ଏହିରୂପେ ସର୍ବଦା ହେଲା; ମେଘ ଆବାସକୁ ଆଚ୍ଛାଦନ କଲା, ପୁଣି, ରାତ୍ରିରେ ଅଗ୍ନି ତୁଲ୍ୟ ଦେଖାଗଲା।

17ଆଉ ଯେକୌଣସି ସମୟରେ ତମ୍ବୁ ଉପରୁ ସେହି ମେଘ ଉପରକୁ ନିଆଗଲା, ସେତେବେଳେ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କଲେ; ପୁଣି, ସେହି ମେଘ ଯେଉଁଠାରେ ରହିଲା, ଇସ୍ରାଏଲ-ସନ୍ତାନଗଣ ସେହିଠାରେ ଛାଉଣି ସ୍ଥାପନ କଲେ।

18ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କଲେ ଓ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଛାଉଣି ସ୍ଥାପନ କଲେ; ଯେପର୍ଯ୍ୟନ୍ତ ସେହି ମେଘ ଆବାସ ଉପରେ ରହିଲା, ସେପର୍ଯ୍ୟନ୍ତ ସେମାନେ ଛାଉଣି ସ୍ଥାପନ କରି ରହିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.