17ଆଉ ଯେକୌଣସି ସମୟରେ ତମ୍ବୁ ଉପରୁ ସେହି ମେଘ ଉପରକୁ ନିଆଗଲା, ସେତେବେଳେ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କଲେ; ପୁଣି, ସେହି ମେଘ ଯେଉଁଠାରେ ରହିଲା, ଇସ୍ରାଏଲ-ସନ୍ତାନଗଣ ସେହିଠାରେ ଛାଉଣି ସ୍ଥାପନ କଲେ।
18ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କଲେ ଓ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଛାଉଣି ସ୍ଥାପନ କଲେ; ଯେପର୍ଯ୍ୟନ୍ତ ସେହି ମେଘ ଆବାସ ଉପରେ ରହିଲା, ସେପର୍ଯ୍ୟନ୍ତ ସେମାନେ ଛାଉଣି ସ୍ଥାପନ କରି ରହିଲେ।
19ପୁଣି, ଯେତେବେଳେ ସେହି ମେଘ ଆବାସ ଉପରେ ବହୁ ଦିନ ବିଳମ୍ବ କରି ରହିଲା, ସେତେବେଳେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କଲେ ଓ ଯାତ୍ରା କଲେ ନାହିଁ।
20ପୁଣି, କେବେ କେବେ ସେହି ମେଘ ଆବାସ ଉପରେ ଅଳ୍ପ ଦିନ ରହିଲା, ସେହି ସମୟରେ ମଧ୍ୟ ସେମାନେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଛାଉଣି କରି ରହିଲେ ଓ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଯାତ୍ରା କଲେ।
21ଆଉ କେବେ କେବେ ମେଘ ସନ୍ଧ୍ୟାଠାରୁ ପ୍ରଭାତ ପର୍ଯ୍ୟନ୍ତ ରହିଲା ଓ ପ୍ରଭାତରେ ମେଘ ଉପରକୁ ନିଆଯାʼନ୍ତେ, ସେମାନେ ଯାତ୍ରା କଲେ; ଅବା ଯଦି ତାହା ଦିବାରାତ୍ର ରହିଲା, ତେବେ ମେଘ ଉପରକୁ ନିଆଯାʼନ୍ତେ, ସେମାନେ ଯାତ୍ରା କଲେ।