1ଏଥିଉତ୍ତାରେ ଲୋକମାନେ ମିସର ଦେଶରୁ ବାହାର ହେଲା ଉତ୍ତାରେ ଦ୍ୱିତୀୟ ବର୍ଷର ପ୍ରଥମ ମାସରେ ସୀନୟ ପ୍ରାନ୍ତରରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2“ଇସ୍ରାଏଲ-ସନ୍ତାନଗଣ ନିରୂପିତ ସମୟରେ ନିସ୍ତାର ପର୍ବ ପାଳନ କରନ୍ତୁ;
3ଏହି ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟାକାଳର ନିରୂପିତ ସମୟରେ ତୁମ୍ଭେମାନେ ତାହା ପାଳନ କରିବ; ତହିଁର ସମସ୍ତ ବିଧି ଓ ନିୟମ ଅନୁସାରେ ତାହା ପାଳନ କରିବ।”
4ତହୁଁ ମୋଶା ଇସ୍ରାଏଲ-ସନ୍ତାନଗଣକୁ ନିସ୍ତାର ପର୍ବ ପାଳନ କରିବା ପାଇଁ କହିଲେ।