20ପୁଣି, କେବେ କେବେ ସେହି ମେଘ ଆବାସ ଉପରେ ଅଳ୍ପ ଦିନ ରହିଲା, ସେହି ସମୟରେ ମଧ୍ୟ ସେମାନେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଛାଉଣି କରି ରହିଲେ ଓ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଯାତ୍ରା କଲେ।
21ଆଉ କେବେ କେବେ ମେଘ ସନ୍ଧ୍ୟାଠାରୁ ପ୍ରଭାତ ପର୍ଯ୍ୟନ୍ତ ରହିଲା ଓ ପ୍ରଭାତରେ ମେଘ ଉପରକୁ ନିଆଯାʼନ୍ତେ, ସେମାନେ ଯାତ୍ରା କଲେ; ଅବା ଯଦି ତାହା ଦିବାରାତ୍ର ରହିଲା, ତେବେ ମେଘ ଉପରକୁ ନିଆଯାʼନ୍ତେ, ସେମାନେ ଯାତ୍ରା କଲେ।
22ଦୁଇ ଦିନ କିମ୍ବା ଏକ ମାସ କିମ୍ବା ଏକ ବର୍ଷ ହେଉ, ଆବାସ ଉପରେ ମେଘ ଯେତେକାଳ ବିଳମ୍ବ କରି ଅବସ୍ଥିତି କଲା, ସେତେକାଳ ଇସ୍ରାଏଲ-ସନ୍ତାନଗଣ ଯାତ୍ରା ନ କରି ଛାଉଣିରେ ରହିଲେ; ମାତ୍ର ତାହା ନିଆଯାʼନ୍ତେ, ସେମାନେ ଯାତ୍ରା କଲେ।
23ସେମାନେ ସଦାପ୍ରଭୁଙ୍କ ଆଜ୍ଞାରେ ଛାଉଣି ସ୍ଥାପନ କଲେ ଓ ସଦାପ୍ରଭୁଙ୍କ ଆଜ୍ଞାରେ ଯାତ୍ରା କଲେ; ସେମାନେ ମୋଶାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କଲେ।