2“ଇସ୍ରାଏଲ-ସନ୍ତାନଗଣ ନିରୂପିତ ସମୟରେ ନିସ୍ତାର ପର୍ବ ପାଳନ କରନ୍ତୁ;
3ଏହି ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟାକାଳର ନିରୂପିତ ସମୟରେ ତୁମ୍ଭେମାନେ ତାହା ପାଳନ କରିବ; ତହିଁର ସମସ୍ତ ବିଧି ଓ ନିୟମ ଅନୁସାରେ ତାହା ପାଳନ କରିବ।”
4ତହୁଁ ମୋଶା ଇସ୍ରାଏଲ-ସନ୍ତାନଗଣକୁ ନିସ୍ତାର ପର୍ବ ପାଳନ କରିବା ପାଇଁ କହିଲେ।
5ତହିଁରେ ସେମାନେ ପ୍ରଥମ ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ସମୟରେ ସୀନୟ ପ୍ରାନ୍ତରରେ ନିସ୍ତାର ପର୍ବ ପାଳନ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ ସବୁ କର୍ମ କଲେ।
6ମାତ୍ର କେତେକ ଲୋକ ମନୁଷ୍ୟର ଶବ ସ୍ପର୍ଶ କରି ଅଶୁଚି ହେବାରୁ ସେହି ଦିନ ସେମାନେ ନିସ୍ତାର ପର୍ବ ପାଳନ କରି ପାରିଲେ ନାହିଁ; ଏନିମନ୍ତେ ସେମାନେ ସେହି ଦିନ ମୋଶା ଓ ହାରୋଣଙ୍କ ନିକଟକୁ ଆସିଲେ।