6ମାତ୍ର କେତେକ ଲୋକ ମନୁଷ୍ୟର ଶବ ସ୍ପର୍ଶ କରି ଅଶୁଚି ହେବାରୁ ସେହି ଦିନ ସେମାନେ ନିସ୍ତାର ପର୍ବ ପାଳନ କରି ପାରିଲେ ନାହିଁ; ଏନିମନ୍ତେ ସେମାନେ ସେହି ଦିନ ମୋଶା ଓ ହାରୋଣଙ୍କ ନିକଟକୁ ଆସିଲେ।
7ସେହି ଲୋକମାନେ ତାଙ୍କୁ କହିଲେ, “ଆମ୍ଭେମାନେ ମନୁଷ୍ୟର ଶବ ଦ୍ୱାରା ଅଶୁଚି ହୋଇଅଛୁ; ଏହେତୁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରିବା ପାଇଁ କି କାରଣରୁ ଆମ୍ଭେମାନେ ନିବାରିତ ହେଉଅଛୁ?”
8ତେବେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ରହିଥାଅ; ତୁମ୍ଭମାନଙ୍କ ବିଷୟରେ ସଦାପ୍ରଭୁ କି ଆଜ୍ଞା ଦେବେ, ତାହା ଶୁଣେ।”
9ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
10“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ‘ତୁମ୍ଭମାନଙ୍କ ମଧ୍ୟରେ କିଅବା ତୁମ୍ଭମାନଙ୍କ ଭବିଷ୍ୟତ ସନ୍ତାନଗଣ ମଧ୍ୟରେ ଯଦି କେହି ଶବ ଦ୍ୱାରା ଅଶୁଚି ହୁଏ, କିଅବା ଦୂର ସ୍ଥାନରେ ପଥିକ ହୁଏ, ତେବେ ହେଁ ସେ ସଦାପ୍ରଭୁଙ୍କ ନିସ୍ତାର ପର୍ବ ପାଳନ କରିବ;’