ଓବଦୀୟ 1

ପୁଣି, ତାହାର ପଳାତକମାନଙ୍କୁ ବଧ କରିବା ପାଇଁ ତୁମ୍ଭେ ଚୌମୁହାଣି ପଥରେ ଠିଆ ହୁଅ ନାହିଁ ଓ ସଙ୍କଟ ଦିନରେ ତାହାର ଅବଶିଷ୍ଟ ଲୋକମାନଙ୍କୁ (ଶତ୍ରୁ ହସ୍ତରେ) ସମର୍ପଣ କର ନାହିଁ।

Obadiah 1:14 (UKJV) Neither should you have stood in the crossway, to cut off those of his that did escape; neither should you have delivered up those of his that did remain in the day of distress.

12ମାତ୍ର ତୁମ୍ଭେ ଆପଣା ଭ୍ରାତାର ଦିନ ପ୍ରତି, ଅର୍ଥାତ୍‍, ତାହାର ଦୁର୍ଦ୍ଦଶା ଦିନ ପ୍ରତି ଅନାଅ ନାହିଁ ଓ ଯିହୁଦା ଲୋକମାନଙ୍କର ବିନାଶ ଦିନରେ ସେମାନଙ୍କ ବିଷୟରେ ଆନନ୍ଦ କର ନାହିଁ; କିଅବା ସଙ୍କଟ ଦିନରେ ଦର୍ପ କଥା କୁହ ନାହିଁ।

13ଆମ୍ଭ ଲୋକମାନଙ୍କର ବିପତ୍ତି ଦିନରେ ସେମାନଙ୍କର ନଗର-ଦ୍ୱାରରେ ପ୍ରବେଶ କର ନାହିଁ; ହଁ, ସେମାନଙ୍କ ବିପତ୍ତି ଦିନରେ ସେମାନଙ୍କର କ୍ଳେଶ ପ୍ରତି ତୁମ୍ଭେ ଅନାଅ ନାହିଁ, ଅଥବା ସେମାନଙ୍କ ବିପତ୍ତି ଦିନରେ ସେମାନଙ୍କ ସମ୍ପତ୍ତିରେ ତୁମ୍ଭେମାନେ ହସ୍ତ ଦିଅ ନାହିଁ।

14ପୁଣି, ତାହାର ପଳାତକମାନଙ୍କୁ ବଧ କରିବା ପାଇଁ ତୁମ୍ଭେ ଚୌମୁହାଣି ପଥରେ ଠିଆ ହୁଅ ନାହିଁ ଓ ସଙ୍କଟ ଦିନରେ ତାହାର ଅବଶିଷ୍ଟ ଲୋକମାନଙ୍କୁ (ଶତ୍ରୁ ହସ୍ତରେ) ସମର୍ପଣ କର ନାହିଁ।

15କାରଣ ସକଳ ଗୋଷ୍ଠୀ ଉପରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ; ତୁମ୍ଭେ ଯେପରି କରିଅଛ, ତୁମ୍ଭ ପ୍ରତି ସେହିପରି କରାଯିବ; ତୁମ୍ଭ କୃତ ବ୍ୟବହାରର (ପ୍ରତିଫଳ) ତୁମ୍ଭ ନିଜ ମସ୍ତକରେ ବର୍ତ୍ତିବ।

16କାରଣ ତୁମ୍ଭେମାନେ ଆମ୍ଭ ପବିତ୍ର ପର୍ବତରେ ଯେପରି ପାନ କରିଅଛ, ସେପରି ସମୁଦାୟ ଗୋଷ୍ଠୀ ନିତ୍ୟ ନିତ୍ୟ ପାନ କରିବେ, ହଁ, ସେମାନେ ପାନ କରୁ କରୁ ଗିଳି ପକାଇବେ, ପୁଣି ଅଜାତର ତୁଲ୍ୟ ହେବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.