15କାରଣ ସକଳ ଗୋଷ୍ଠୀ ଉପରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ; ତୁମ୍ଭେ ଯେପରି କରିଅଛ, ତୁମ୍ଭ ପ୍ରତି ସେହିପରି କରାଯିବ; ତୁମ୍ଭ କୃତ ବ୍ୟବହାରର (ପ୍ରତିଫଳ) ତୁମ୍ଭ ନିଜ ମସ୍ତକରେ ବର୍ତ୍ତିବ।
16କାରଣ ତୁମ୍ଭେମାନେ ଆମ୍ଭ ପବିତ୍ର ପର୍ବତରେ ଯେପରି ପାନ କରିଅଛ, ସେପରି ସମୁଦାୟ ଗୋଷ୍ଠୀ ନିତ୍ୟ ନିତ୍ୟ ପାନ କରିବେ, ହଁ, ସେମାନେ ପାନ କରୁ କରୁ ଗିଳି ପକାଇବେ, ପୁଣି ଅଜାତର ତୁଲ୍ୟ ହେବେ।
17ମାତ୍ର ରକ୍ଷାପ୍ରାପ୍ତ ଲୋକମାନେ ସିୟୋନରେ ଥିବେ ଓ ତାହା ପବିତ୍ର ହେବ; ଆଉ, ଯାକୁବର ବଂଶ ଆପଣାମାନଙ୍କର ଅଧିକାର ଭୋଗ କରିବେ।
18ପୁଣି, ଯାକୁବର ବଂଶ ଅଗ୍ନି ସ୍ୱରୂପ ଓ ଯୋଷେଫର ବଂଶ ଅଗ୍ନିଶିଖା ସ୍ୱରୂପ ହେବେ, ଆଉ ଏଷୌର ବଂଶ ନଡ଼ା ସ୍ୱରୂପ ହେବେ, ଆଉ ସେମାନେ ତହିଁ ମଧ୍ୟରେ ଜ୍ୱଳି ତାହା ଗ୍ରାସ କରିବେ; ତହିଁରେ ଏଷୌ ବଂଶର କେହି ଅବଶିଷ୍ଟ ରହିବେ ନାହିଁ; କାରଣ ସଦାପ୍ରଭୁ ଏହା କହିଅଛନ୍ତି।
19ପୁଣି, ଦକ୍ଷିଣର ଲୋକମାନେ ଏଷୌର ପର୍ବତ ଓ ନିମ୍ନ ଭୂମିର ଲୋକମାନେ ପଲେଷ୍ଟୀୟମାନଙ୍କ ଦେଶ ଅଧିକାର କରିବେ ଓ ସେମାନେ ଇଫ୍ରୟିମର ଭୂମି ଓ ଶମରୀୟାର ଭୂମି ଅଧିକାର କରିବେ ଓ ବିନ୍ୟାମୀନ୍ ଗିଲୀୟଦକୁ ଅଧିକାର କରିବ।