ଓବଦୀୟ 1

ପୁଣି, ଦକ୍ଷିଣର ଲୋକମାନେ ଏଷୌର ପର୍ବତ ଓ ନିମ୍ନ ଭୂମିର ଲୋକମାନେ ପଲେଷ୍ଟୀୟମାନଙ୍କ ଦେଶ ଅଧିକାର କରିବେ ଓ ସେମାନେ ଇଫ୍ରୟିମର ଭୂମି ଓ ଶମରୀୟାର ଭୂମି ଅଧିକାର କରିବେ ଓ ବିନ୍ୟାମୀନ୍ ଗିଲୀୟଦକୁ ଅଧିକାର କରିବ।

Obadiah 1:19 (UKJV) And they of the south shall possess the mount of Esau; and they of the plain the Philistines: and they shall possess the fields of Ephraim, and the fields of Samaria: and Benjamin shall possess Gilead.

17ମାତ୍ର ରକ୍ଷାପ୍ରାପ୍ତ ଲୋକମାନେ ସିୟୋନରେ ଥିବେ ଓ ତାହା ପବିତ୍ର ହେବ; ଆଉ, ଯାକୁବର ବଂଶ ଆପଣାମାନଙ୍କର ଅଧିକାର ଭୋଗ କରିବେ।

18ପୁଣି, ଯାକୁବର ବଂଶ ଅଗ୍ନି ସ୍ୱରୂପ ଓ ଯୋଷେଫର ବଂଶ ଅଗ୍ନିଶିଖା ସ୍ୱରୂପ ହେବେ, ଆଉ ଏଷୌର ବଂଶ ନଡ଼ା ସ୍ୱରୂପ ହେବେ, ଆଉ ସେମାନେ ତହିଁ ମଧ୍ୟରେ ଜ୍ୱଳି ତାହା ଗ୍ରାସ କରିବେ; ତହିଁରେ ଏଷୌ ବଂଶର କେହି ଅବଶିଷ୍ଟ ରହିବେ ନାହିଁ; କାରଣ ସଦାପ୍ରଭୁ ଏହା କହିଅଛନ୍ତି।

19ପୁଣି, ଦକ୍ଷିଣର ଲୋକମାନେ ଏଷୌର ପର୍ବତ ଓ ନିମ୍ନ ଭୂମିର ଲୋକମାନେ ପଲେଷ୍ଟୀୟମାନଙ୍କ ଦେଶ ଅଧିକାର କରିବେ ଓ ସେମାନେ ଇଫ୍ରୟିମର ଭୂମି ଓ ଶମରୀୟାର ଭୂମି ଅଧିକାର କରିବେ ଓ ବିନ୍ୟାମୀନ୍ ଗିଲୀୟଦକୁ ଅଧିକାର କରିବ।

20ପୁଣି, କିଣାନୀୟମାନଙ୍କର ମଧ୍ୟବର୍ତ୍ତୀ ନିର୍ବାସିତ ଇସ୍ରାଏଲ-ସନ୍ତାନଗଣର ଏହି ସୈନ୍ୟସାମନ୍ତ ସାରିଫତ୍‍ ନଗର ପର୍ଯ୍ୟନ୍ତ ଅଧିକାର କରିବେ ଓ ଯିରୂଶାଲମର ଯେଉଁ ନିର୍ବାସିତ ଲୋକମାନେ ସଫାରଦରେ ଅଛନ୍ତି, ସେମାନେ ଦକ୍ଷିଣସ୍ଥ ନଗରସକଳ ଅଧିକାର କରିବେ।

21ପୁଣି, ଏଷୌର ପର୍ବତର ବିଚାର କରିବା ନିମନ୍ତେ ଉଦ୍ଧାରକର୍ତ୍ତାମାନେ ସିୟୋନ ପର୍ବତକୁ ଆସିବେ; ପୁଣି, ରାଜ୍ୟ ସଦାପ୍ରଭୁଙ୍କର ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.