18ପୁଣି, ଯାକୁବର ବଂଶ ଅଗ୍ନି ସ୍ୱରୂପ ଓ ଯୋଷେଫର ବଂଶ ଅଗ୍ନିଶିଖା ସ୍ୱରୂପ ହେବେ, ଆଉ ଏଷୌର ବଂଶ ନଡ଼ା ସ୍ୱରୂପ ହେବେ, ଆଉ ସେମାନେ ତହିଁ ମଧ୍ୟରେ ଜ୍ୱଳି ତାହା ଗ୍ରାସ କରିବେ; ତହିଁରେ ଏଷୌ ବଂଶର କେହି ଅବଶିଷ୍ଟ ରହିବେ ନାହିଁ; କାରଣ ସଦାପ୍ରଭୁ ଏହା କହିଅଛନ୍ତି।
19ପୁଣି, ଦକ୍ଷିଣର ଲୋକମାନେ ଏଷୌର ପର୍ବତ ଓ ନିମ୍ନ ଭୂମିର ଲୋକମାନେ ପଲେଷ୍ଟୀୟମାନଙ୍କ ଦେଶ ଅଧିକାର କରିବେ ଓ ସେମାନେ ଇଫ୍ରୟିମର ଭୂମି ଓ ଶମରୀୟାର ଭୂମି ଅଧିକାର କରିବେ ଓ ବିନ୍ୟାମୀନ୍ ଗିଲୀୟଦକୁ ଅଧିକାର କରିବ।
20ପୁଣି, କିଣାନୀୟମାନଙ୍କର ମଧ୍ୟବର୍ତ୍ତୀ ନିର୍ବାସିତ ଇସ୍ରାଏଲ-ସନ୍ତାନଗଣର ଏହି ସୈନ୍ୟସାମନ୍ତ ସାରିଫତ୍ ନଗର ପର୍ଯ୍ୟନ୍ତ ଅଧିକାର କରିବେ ଓ ଯିରୂଶାଲମର ଯେଉଁ ନିର୍ବାସିତ ଲୋକମାନେ ସଫାରଦରେ ଅଛନ୍ତି, ସେମାନେ ଦକ୍ଷିଣସ୍ଥ ନଗରସକଳ ଅଧିକାର କରିବେ।
21ପୁଣି, ଏଷୌର ପର୍ବତର ବିଚାର କରିବା ନିମନ୍ତେ ଉଦ୍ଧାରକର୍ତ୍ତାମାନେ ସିୟୋନ ପର୍ବତକୁ ଆସିବେ; ପୁଣି, ରାଜ୍ୟ ସଦାପ୍ରଭୁଙ୍କର ହେବ।