ଓବଦୀୟ 1

ଏଷୌର ସକଳ ବିଷୟ କିପରି ଅନୁସନ୍ଧାନ କରାଯାଇଅଛି! ତାହାର ଗୁପ୍ତ ଧନସବୁ କିପରି ଅନ୍ଵେଷଣ କରାଯାଇଅଛି!

Obadiah 1:6 (UKJV) How are the things of Esau searched out! how are his hidden things sought up!

4ସଦାପ୍ରଭୁ କହନ୍ତି, ତୁମ୍ଭେ ଯଦ୍ୟପି ଉତ୍କ୍ରୋଶ ପକ୍ଷୀ ପରି ଊର୍ଦ୍ଧ୍ୱକୁ ଉଠ, ତୁମ୍ଭର ବସା ଯଦ୍ୟପି ତାରାଗଣ ମଧ୍ୟରେ ସ୍ଥାପିତ ହୁଏ, ତଥାପି ଆମ୍ଭେ ସେଠାରୁ ତୁମ୍ଭକୁ ଓହ୍ଲାଇ ଆଣିବା।

5(ତୁମ୍ଭେ କିପରି ଉଚ୍ଛିନ୍ନ ହୋଇଅଛ!) ଯଦି ଚୋରମାନେ ତୁମ୍ଭ ନିକଟକୁ ଆସନ୍ତି, ଯଦି ଡକାୟତମାନେ ରାତ୍ରିରେ ଆସନ୍ତି, ଯଦି ସେମାନେ କି ଯଥେଷ୍ଟ ପାଇବା ପର୍ଯ୍ୟନ୍ତ ଚୋରି କରିବେ ନାହିଁ? ଯେବେ ଦ୍ରାକ୍ଷାଫଳ ସଞ୍ଚୟକାରୀମାନେ ତୁମ୍ଭ ନିକଟକୁ ଆସନ୍ତି, ତେବେ ସେମାନେ କି ଗୋଟାଇବା ପାଇଁ କିଛି ଦ୍ରାକ୍ଷାଫଳ ଛାଡ଼ିବେ ନାହିଁ?

6ଏଷୌର ସକଳ ବିଷୟ କିପରି ଅନୁସନ୍ଧାନ କରାଯାଇଅଛି! ତାହାର ଗୁପ୍ତ ଧନସବୁ କିପରି ଅନ୍ଵେଷଣ କରାଯାଇଅଛି!

7ତୁମ୍ଭର ସହାୟ ସମସ୍ତ ଲୋକ ତୁମ୍ଭକୁ ତୁମ୍ଭ ବାଟରେ ଆଣି ସୀମାରେ ପହଞ୍ଚାଇ ଅଛନ୍ତି; ଯେଉଁମାନେ ତୁମ୍ଭର ମିତ୍ର ଥିଲେ, ସେମାନେ ତୁମ୍ଭକୁ ପ୍ରବଞ୍ଚନା କରି ପରାଭବ କରିଅଛନ୍ତି; ଯେଉଁମାନେ ତୁମ୍ଭର ଅନ୍ନ ଭୋଜନ କରନ୍ତି, ସେମାନେ ତୁମ୍ଭ ତଳେ ଫାନ୍ଦ ପାତିଅଛନ୍ତି; ଇଦୋମରେ କିଛି ବୁଦ୍ଧି ନାହିଁ।

8ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ କି ଇଦୋମରୁ ଜ୍ଞାନୀମାନଙ୍କୁ ଓ ଏଷୌର ପର୍ବତରୁ ବୁଦ୍ଧି ବିନଷ୍ଟ କରିବା ନାହିଁ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.