ଓବଦୀୟ 1

ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ କି ଇଦୋମରୁ ଜ୍ଞାନୀମାନଙ୍କୁ ଓ ଏଷୌର ପର୍ବତରୁ ବୁଦ୍ଧି ବିନଷ୍ଟ କରିବା ନାହିଁ?

Obadiah 1:8 (UKJV) Shall I not in that day, says the LORD, even destroy the wise men out of Edom, and understanding out of the mount of Esau?

6ଏଷୌର ସକଳ ବିଷୟ କିପରି ଅନୁସନ୍ଧାନ କରାଯାଇଅଛି! ତାହାର ଗୁପ୍ତ ଧନସବୁ କିପରି ଅନ୍ଵେଷଣ କରାଯାଇଅଛି!

7ତୁମ୍ଭର ସହାୟ ସମସ୍ତ ଲୋକ ତୁମ୍ଭକୁ ତୁମ୍ଭ ବାଟରେ ଆଣି ସୀମାରେ ପହଞ୍ଚାଇ ଅଛନ୍ତି; ଯେଉଁମାନେ ତୁମ୍ଭର ମିତ୍ର ଥିଲେ, ସେମାନେ ତୁମ୍ଭକୁ ପ୍ରବଞ୍ଚନା କରି ପରାଭବ କରିଅଛନ୍ତି; ଯେଉଁମାନେ ତୁମ୍ଭର ଅନ୍ନ ଭୋଜନ କରନ୍ତି, ସେମାନେ ତୁମ୍ଭ ତଳେ ଫାନ୍ଦ ପାତିଅଛନ୍ତି; ଇଦୋମରେ କିଛି ବୁଦ୍ଧି ନାହିଁ।

8ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ କି ଇଦୋମରୁ ଜ୍ଞାନୀମାନଙ୍କୁ ଓ ଏଷୌର ପର୍ବତରୁ ବୁଦ୍ଧି ବିନଷ୍ଟ କରିବା ନାହିଁ?

9ପୁଣି, ହେ ତୈମନ୍‍, ଏଷୌର ପର୍ବତରୁ ହତ୍ୟା ଦ୍ୱାରା ଯେପରି ପ୍ରତ୍ୟେକ ଜଣ ଉଚ୍ଛିନ୍ନ ହେବେ, ଏହି ଅଭିପ୍ରାୟରେ ତୁମ୍ଭର ବୀରଗଣ ଉଦ୍‍ବିଗ୍ନ ହେବେ।

10ତୁମ୍ଭର ଭ୍ରାତା ଯାକୁବ ପ୍ରତି କୃତ ଦୌରାତ୍ମ୍ୟ ସକାଶୁ ତୁମ୍ଭେ ଲଜ୍ଜାରେ ଆଚ୍ଛନ୍ନ ହେବ, ପୁଣି ତୁମ୍ଭେ ଚିରକାଳ ଉଚ୍ଛିନ୍ନ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.