ଫିଲିପ୍ପୀୟ 1

ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ।

Philippians 1:11 (UKJV) Being filled with the fruits of righteousness, which are by Jesus Christ, unto the glory and praise of God.

9ପୁଣି, ମୋହର ପ୍ରାର୍ଥନା ଏହି, ତୁମ୍ଭମାନଙ୍କର ପ୍ରେମ, ଜ୍ଞାନ ଓ ସମସ୍ତ ସୂକ୍ଷ୍ମ ବିଚାରରେ ଅଧିକରୁ ଅଧିକ ବୃଦ୍ଧି ପାଉ,

10ଯେପରି ତୁମ୍ଭେମାନେ ଉତ୍କୃଷ୍ଟ ବିଷୟଗୁଡ଼ିକ ସମର୍ଥନ କରିପାର, ପୁଣି, ଈଶ୍ବରଙ୍କ ଗୌରବ ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଧାର୍ମିକତାର ଯେଉଁ ଫଳ,

11ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ।

12ହେ ଭାଇମାନେ, ମୋʼ ପ୍ରତି ଯାହା ଯାହା ଘଟିଅଛି, ସେହିସବୁ ଯେ ବରଂ ସୁସମାଚାର କାର୍ଯ୍ୟର ବୃଦ୍ଧି ନିମନ୍ତେ ହୋଇଅଛି, ଏହା ତୁମ୍ଭମାନଙ୍କୁ ଜଣାଇବାକୁ ମୁଁ ଇଚ୍ଛା କରେ;

13ଯେଣୁ ମୋହର ବନ୍ଧନ ଯେ ଖ୍ରୀଷ୍ଟଙ୍କ ନିମନ୍ତେ, ଏହା ରାଜପ୍ରାସାଦର ସମୁଦାୟ ସୈନ୍ୟଦଳ ଓ ଅନ୍ୟାନ୍ୟ ସମସ୍ତଙ୍କ ନିକଟରେ ପ୍ରକାଶିତ ହେଲା;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.