ଫିଲିପ୍ପୀୟ 1

କେହି କେହି ଈର୍ଷା ଓ ବିବାଦ ହେତୁ ଖ୍ରୀଷ୍ଟଙ୍କୁ ପ୍ରଚାର କରୁଅଛନ୍ତି ସତ୍ୟ, କିନ୍ତୁ ଆଉ କେହି କେହି ସତ୍ ଭାବରେ ତାହା କରୁଅଛନ୍ତି;

Philippians 1:15 (UKJV) Some indeed preach Christ even of envy and strife; and some also of good will:

13ଯେଣୁ ମୋହର ବନ୍ଧନ ଯେ ଖ୍ରୀଷ୍ଟଙ୍କ ନିମନ୍ତେ, ଏହା ରାଜପ୍ରାସାଦର ସମୁଦାୟ ସୈନ୍ୟଦଳ ଓ ଅନ୍ୟାନ୍ୟ ସମସ୍ତଙ୍କ ନିକଟରେ ପ୍ରକାଶିତ ହେଲା;

14ଆହୁରି ମଧ୍ୟ ଅଧିକାଂଶ ଭାଇମାନେ ମୋହର ବନ୍ଧନ ଦ୍ୱାରା ପ୍ରଭୁଙ୍କଠାରେ ନିର୍ଭର କରି ନିର୍ଭୟରେ ଈଶ୍ବରଙ୍କ ବାକ୍ୟ କହିବା ନିମନ୍ତେ ଅତି ଉତ୍ସୁକଭାବେ ସାହସୀ ହୋଇଅଛନ୍ତି।

15କେହି କେହି ଈର୍ଷା ଓ ବିବାଦ ହେତୁ ଖ୍ରୀଷ୍ଟଙ୍କୁ ପ୍ରଚାର କରୁଅଛନ୍ତି ସତ୍ୟ, କିନ୍ତୁ ଆଉ କେହି କେହି ସତ୍ ଭାବରେ ତାହା କରୁଅଛନ୍ତି;

16ମୁଁ ଯେ ସୁସମାଚାରର ପକ୍ଷ ସମର୍ଥନ କରିବା ନିମନ୍ତେ ନିଯୁକ୍ତ ରହିଅଛି, ଏହା ଜାଣି ଏକ ପକ୍ଷ ପ୍ରେମ ହେତୁ ତାହା କରନ୍ତି,

17କିନ୍ତୁ ଅନ୍ୟ ପକ୍ଷ ମୋହର ବନ୍ଧନରେ ମୋତେ କ୍ଳେଶ ଦେବାକୁ ଭାବି ଅସରଳ ଭାବରେ ସ୍ୱାର୍ଥପରତା ସକାଶେ ଖ୍ରୀଷ୍ଟଙ୍କୁ ପ୍ରଚାର କରନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.