ଫିଲିପ୍ପୀୟ 1

ସେଥିରେ ବା କଅଣ? କପଟ ଭାବରେ ହେଉ ବା ସତ୍ୟ ଭାବରେ ହେଉ, ଯେକୌଣସି ପ୍ରକାରେ ଖ୍ରୀଷ୍ଟ ପ୍ରଚାରିତ ହେଉଅଛନ୍ତି, ଏଥିରେ ମୁଁ ଆନନ୍ଦ କରୁଅଛି, ହଁ, ଆନନ୍ଦ କରିବି।

Philippians 1:18 (UKJV) What then? notwithstanding, every way, whether in pretence, or in truth, Christ is preached; and I therein do rejoice, yea, and will rejoice.

16ମୁଁ ଯେ ସୁସମାଚାରର ପକ୍ଷ ସମର୍ଥନ କରିବା ନିମନ୍ତେ ନିଯୁକ୍ତ ରହିଅଛି, ଏହା ଜାଣି ଏକ ପକ୍ଷ ପ୍ରେମ ହେତୁ ତାହା କରନ୍ତି,

17କିନ୍ତୁ ଅନ୍ୟ ପକ୍ଷ ମୋହର ବନ୍ଧନରେ ମୋତେ କ୍ଳେଶ ଦେବାକୁ ଭାବି ଅସରଳ ଭାବରେ ସ୍ୱାର୍ଥପରତା ସକାଶେ ଖ୍ରୀଷ୍ଟଙ୍କୁ ପ୍ରଚାର କରନ୍ତି।

18ସେଥିରେ ବା କଅଣ? କପଟ ଭାବରେ ହେଉ ବା ସତ୍ୟ ଭାବରେ ହେଉ, ଯେକୌଣସି ପ୍ରକାରେ ଖ୍ରୀଷ୍ଟ ପ୍ରଚାରିତ ହେଉଅଛନ୍ତି, ଏଥିରେ ମୁଁ ଆନନ୍ଦ କରୁଅଛି, ହଁ, ଆନନ୍ଦ କରିବି।

19କାରଣ ମୁଁ ଜାଣେ ଯେ, ତୁମ୍ଭମାନଙ୍କ ନିବେଦନ ଓ ଯୀଶୁ ଖ୍ରୀଷ୍ଟଙ୍କ ଆତ୍ମାଙ୍କ ସାହାଯ୍ୟ ଦ୍ୱାରା ଏସବୁ ମୋହର ପରିତ୍ରାଣର ଅନୁକୂଳ ହେବ,

20ଏ ସମ୍ବନ୍ଧରେ ମୋହର ଏକାନ୍ତ ଆକାଂକ୍ଷା ଓ ଭରସା ଅଛି ଯେ ମୁଁ କୌଣସି ବିଷୟରେ ଲଜ୍ଜିତ ହେବି ନାହିଁ, କିନ୍ତୁ ସର୍ବଦା ଯେଉଁପରି, ଏବେ ମଧ୍ୟ ସେହିପରି ଅତି ସାହସରେ, ଜୀବନରେ ହେଉ ବା ମରଣରେ ହେଉ, ଖ୍ରୀଷ୍ଟଙ୍କୁ ମୋହର ଶରୀରରେ ମହିମାନ୍ୱିତ କରିବି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.