ଫିଲିପ୍ପୀୟ 1

କିନ୍ତୁ ଶରୀରରେ ଜୀବନଧାରଣ ଯଦି ମୋʼ ପକ୍ଷରେ ଫଳପ୍ରଦ କାର୍ଯ୍ୟ ସାଧନ ହୁଏ, ତେବେ ମୁଁ କଅଣ ପସନ୍ଦ କରିବି, ତାହା ଜାଣେ ନାହିଁ।

Philippians 1:22 (UKJV) But if I live in the flesh, this is the fruit of my labour: yet what I shall choose I know not.

20ଏ ସମ୍ବନ୍ଧରେ ମୋହର ଏକାନ୍ତ ଆକାଂକ୍ଷା ଓ ଭରସା ଅଛି ଯେ ମୁଁ କୌଣସି ବିଷୟରେ ଲଜ୍ଜିତ ହେବି ନାହିଁ, କିନ୍ତୁ ସର୍ବଦା ଯେଉଁପରି, ଏବେ ମଧ୍ୟ ସେହିପରି ଅତି ସାହସରେ, ଜୀବନରେ ହେଉ ବା ମରଣରେ ହେଉ, ଖ୍ରୀଷ୍ଟଙ୍କୁ ମୋହର ଶରୀରରେ ମହିମାନ୍ୱିତ କରିବି।

21କାରଣ ମୋʼ ପକ୍ଷରେ ଜୀବନଧାରଣ ଖ୍ରୀଷ୍ଟ, ପୁଣି, ମୃତ୍ୟୁଭୋଗ ଲାଭଜନକ।

22କିନ୍ତୁ ଶରୀରରେ ଜୀବନଧାରଣ ଯଦି ମୋʼ ପକ୍ଷରେ ଫଳପ୍ରଦ କାର୍ଯ୍ୟ ସାଧନ ହୁଏ, ତେବେ ମୁଁ କଅଣ ପସନ୍ଦ କରିବି, ତାହା ଜାଣେ ନାହିଁ।

23ମୁଁ ଦୁଇଟି ବିଷୟ ଘେନି ମହା ସମସ୍ୟାରେ ପଡ଼ିଅଛି; ଇହଲୋକରୁ ପ୍ରସ୍ଥାନ କରି ଖ୍ରୀଷ୍ଟଙ୍କ ସହିତ ରହିବାକୁ ମୋହର ଇଚ୍ଛା, କାରଣ ତାହା ଅତୀବ ଶ୍ରେୟସ୍କର;

24ମାତ୍ର ଶରୀରରେ ରହିବା ତୁମ୍ଭମାନଙ୍କ ନିମନ୍ତେ ଅଧିକ ଆବଶ୍ୟକ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.