22କିନ୍ତୁ ଶରୀରରେ ଜୀବନଧାରଣ ଯଦି ମୋʼ ପକ୍ଷରେ ଫଳପ୍ରଦ କାର୍ଯ୍ୟ ସାଧନ ହୁଏ, ତେବେ ମୁଁ କଅଣ ପସନ୍ଦ କରିବି, ତାହା ଜାଣେ ନାହିଁ।
23ମୁଁ ଦୁଇଟି ବିଷୟ ଘେନି ମହା ସମସ୍ୟାରେ ପଡ଼ିଅଛି; ଇହଲୋକରୁ ପ୍ରସ୍ଥାନ କରି ଖ୍ରୀଷ୍ଟଙ୍କ ସହିତ ରହିବାକୁ ମୋହର ଇଚ୍ଛା, କାରଣ ତାହା ଅତୀବ ଶ୍ରେୟସ୍କର;
24ମାତ୍ର ଶରୀରରେ ରହିବା ତୁମ୍ଭମାନଙ୍କ ନିମନ୍ତେ ଅଧିକ ଆବଶ୍ୟକ।
25ଆଉ ମୁଁ ଦୃଢ଼ରୂପେ ଏହା ଜାଣେ ଯେ, ମୁଁ ରହିବି, ହଁ, ବିଶ୍ୱାସରେ ତୁମ୍ଭମାନଙ୍କର ବୃଦ୍ଧି ଓ ଆନନ୍ଦ ନିମନ୍ତେ ତୁମ୍ଭ ସମସ୍ତଙ୍କ ସହିତ ରହିବି,
26ଯେପରି ତୁମ୍ଭମାନଙ୍କ ମଧ୍ୟରେ ମୋହର ପୁନର୍ବାର ଉପସ୍ଥିତି ହେତୁ ମୋʼ ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ଦର୍ପ ଅଧିକ ବୃଦ୍ଧି ପାଇବ।