24ମାତ୍ର ଶରୀରରେ ରହିବା ତୁମ୍ଭମାନଙ୍କ ନିମନ୍ତେ ଅଧିକ ଆବଶ୍ୟକ।
25ଆଉ ମୁଁ ଦୃଢ଼ରୂପେ ଏହା ଜାଣେ ଯେ, ମୁଁ ରହିବି, ହଁ, ବିଶ୍ୱାସରେ ତୁମ୍ଭମାନଙ୍କର ବୃଦ୍ଧି ଓ ଆନନ୍ଦ ନିମନ୍ତେ ତୁମ୍ଭ ସମସ୍ତଙ୍କ ସହିତ ରହିବି,
26ଯେପରି ତୁମ୍ଭମାନଙ୍କ ମଧ୍ୟରେ ମୋହର ପୁନର୍ବାର ଉପସ୍ଥିତି ହେତୁ ମୋʼ ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ଦର୍ପ ଅଧିକ ବୃଦ୍ଧି ପାଇବ।
27ମୋହର ଏହି ମାତ୍ର ଇଚ୍ଛା, ଖ୍ରୀଷ୍ଟଙ୍କ ସୁସମାଚାରର ଯୋଗ୍ୟ ପ୍ରଜା ସ୍ୱରୂପେ ଆଚରଣ କର, ଯେପରି ମୁଁ ଉପସ୍ଥିତ ହୋଇ ତୁମ୍ଭମାନଙ୍କୁ ଦେଖିଲେ ଅବା ଅନୁପସ୍ଥିତ ଥାଇ ତୁମ୍ଭମାନଙ୍କ ବିଷୟରେ ଶୁଣିଲେ ଜାଣି ପାରିବି ଯେ, ତୁମ୍ଭେମାନେ ଏକ ଆତ୍ମାରେ ସ୍ଥିର ରହି ସୁସମାଚାରର ବିଶ୍ୱାସ ନିମନ୍ତେ ଏକ ପ୍ରାଣରେ ଏକସଙ୍ଗରେ ଉଦ୍ୟମ କରୁଅଛ,
28ପୁଣି, କୌଣସି ବିଷୟରେ ବିପକ୍ଷମାନଙ୍କ ଦ୍ୱାରା ତ୍ରାସଯୁକ୍ତ ନୁହଁ; ତାହା ସେମାନଙ୍କ ପକ୍ଷରେ ବିନାଶ, କିନ୍ତୁ ତୁମ୍ଭମାନଙ୍କ ପକ୍ଷରେ ପରିତ୍ରାଣର ଈଶ୍ବରଦତ୍ତ ଏକ ଲକ୍ଷଣ;