26ଯେପରି ତୁମ୍ଭମାନଙ୍କ ମଧ୍ୟରେ ମୋହର ପୁନର୍ବାର ଉପସ୍ଥିତି ହେତୁ ମୋʼ ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ଦର୍ପ ଅଧିକ ବୃଦ୍ଧି ପାଇବ।
27ମୋହର ଏହି ମାତ୍ର ଇଚ୍ଛା, ଖ୍ରୀଷ୍ଟଙ୍କ ସୁସମାଚାରର ଯୋଗ୍ୟ ପ୍ରଜା ସ୍ୱରୂପେ ଆଚରଣ କର, ଯେପରି ମୁଁ ଉପସ୍ଥିତ ହୋଇ ତୁମ୍ଭମାନଙ୍କୁ ଦେଖିଲେ ଅବା ଅନୁପସ୍ଥିତ ଥାଇ ତୁମ୍ଭମାନଙ୍କ ବିଷୟରେ ଶୁଣିଲେ ଜାଣି ପାରିବି ଯେ, ତୁମ୍ଭେମାନେ ଏକ ଆତ୍ମାରେ ସ୍ଥିର ରହି ସୁସମାଚାରର ବିଶ୍ୱାସ ନିମନ୍ତେ ଏକ ପ୍ରାଣରେ ଏକସଙ୍ଗରେ ଉଦ୍ୟମ କରୁଅଛ,
28ପୁଣି, କୌଣସି ବିଷୟରେ ବିପକ୍ଷମାନଙ୍କ ଦ୍ୱାରା ତ୍ରାସଯୁକ୍ତ ନୁହଁ; ତାହା ସେମାନଙ୍କ ପକ୍ଷରେ ବିନାଶ, କିନ୍ତୁ ତୁମ୍ଭମାନଙ୍କ ପକ୍ଷରେ ପରିତ୍ରାଣର ଈଶ୍ବରଦତ୍ତ ଏକ ଲକ୍ଷଣ;
29କାରଣ ଖ୍ରୀଷ୍ଟଙ୍କଠାରେ କେବଳ ବିଶ୍ୱାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ଯେ ଅନୁଗ୍ରହ ଦିଆଯାଇଅଛି, ତାହା ନୁହେଁ, ମାତ୍ର ତାହାଙ୍କ ସକାଶେ ଦୁଃଖଭୋଗ ମଧ୍ୟ କରିବା ନିମନ୍ତେ ତୁମ୍ଭମାନଙ୍କୁ ଅନୁଗ୍ରହ ଦିଆଯାଇଅଛି;
30ଆଉ ମୋତେ ଯେପରି ଯୁଦ୍ଧ କରିବାର ଦେଖିଥିଲ, ପୁଣି, ବର୍ତ୍ତମାନ କରୁଅଛି ବୋଲି ଶୁଣୁଅଛ, ତୁମ୍ଭେମାନେ ସେହିପରି ଯୁଦ୍ଧ କରୁଅଛ।