1ପାଉଲ ଓ ତୀମଥି, ଖ୍ରୀଷ୍ଟ ଯୀଶୁଙ୍କର ଦୁଇ ଦାସ, ଫିଲିପ୍ପୀରେ ଥିବା ଖ୍ରୀଷ୍ଟ ଯୀଶୁଙ୍କ ଆଶ୍ରିତ ସମସ୍ତ ସାଧୁଙ୍କ ନିକଟକୁ ପୁଣି, ଅଧ୍ୟକ୍ଷ ଓ ସେବକମାନଙ୍କ ନିକଟକୁ ପତ୍ର;
2ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।
3ମୁଁ ତୁମ୍ଭମାନଙ୍କୁ ଯେତେ ଥର ସ୍ମରଣ କରେ, ସେତେ ଥର ମୋହର ଈଶ୍ବରଙ୍କୁ ଧନ୍ୟବାଦ ଦେଇଥାଏ।
4ପ୍ରଥମ ଦିନଠାରୁ ଆଜି ପର୍ଯ୍ୟନ୍ତ ସୁସମାଚାରର ପକ୍ଷରେ ତୁମ୍ଭମାନଙ୍କ ସହଭାଗିତା ହେତୁ
5ତୁମ୍ଭ ସମସ୍ତଙ୍କ ନିମନ୍ତେ ସର୍ବଦା ମୁଁ ମୋହର ପ୍ରତ୍ୟେକ ପ୍ରାର୍ଥନାରେ ଆନନ୍ଦ ସହ ନିବେଦନ କରୁଅଛି