ଫିଲିପ୍ପୀୟ 1

ଆଉ ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ଏପରି ଭାବିବା ଉଚିତ୍, ଯେଣୁ ତୁମ୍ଭେ ସମସ୍ତେ ମୋହର ବନ୍ଧନରେ ଯେପରି, ସୁସମାଚାର ପକ୍ଷ ସମର୍ଥନ ଓ ସେଥିର ସତ୍ୟ ପ୍ରମାଣ କରିବାରେ ସେହିପରି ମୋʼ ସହିତ ଅନୁଗ୍ରହର ସହଭାଗୀ ଅଟ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ହୃଦୟରେ ଧାରଣ କରିଅଛି।

Philippians 1:7 (UKJV) Even as it is meet for me to think this of you all, because I have you in my heart; inasmuch as both in my bonds, and in the defence and confirmation of the gospel, all of you all are partakers of my grace.

5ତୁମ୍ଭ ସମସ୍ତଙ୍କ ନିମନ୍ତେ ସର୍ବଦା ମୁଁ ମୋହର ପ୍ରତ୍ୟେକ ପ୍ରାର୍ଥନାରେ ଆନନ୍ଦ ସହ ନିବେଦନ କରୁଅଛି

6କାରଣ ଯେ ତୁମ୍ଭମାନଙ୍କ ଅନ୍ତରରେ ଉତ୍ତମ କାର୍ଯ୍ୟ ଆରମ୍ଭ କରିଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁଙ୍କ ଦିନ ପର୍ଯ୍ୟନ୍ତ ତାହା ସାଧନ କରି ସିଦ୍ଧ କରିବେ, ଏହା ତ ମୁଁ ଦୃଢ଼ରୂପେ ବିଶ୍ୱାସ କରେ;

7ଆଉ ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ଏପରି ଭାବିବା ଉଚିତ୍, ଯେଣୁ ତୁମ୍ଭେ ସମସ୍ତେ ମୋହର ବନ୍ଧନରେ ଯେପରି, ସୁସମାଚାର ପକ୍ଷ ସମର୍ଥନ ଓ ସେଥିର ସତ୍ୟ ପ୍ରମାଣ କରିବାରେ ସେହିପରି ମୋʼ ସହିତ ଅନୁଗ୍ରହର ସହଭାଗୀ ଅଟ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ହୃଦୟରେ ଧାରଣ କରିଅଛି।

8କାରଣ ଖ୍ରୀଷ୍ଟ ଯୀଶୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ମୁଁ ତୁମ୍ଭ ସମସ୍ତଙ୍କ ନିମନ୍ତେ କି ପ୍ରକାର ଲାଳାୟିତ, ଏହି ବିଷୟରେ ଈଶ୍ବର ମୋହର ସାକ୍ଷୀ।

9ପୁଣି, ମୋହର ପ୍ରାର୍ଥନା ଏହି, ତୁମ୍ଭମାନଙ୍କର ପ୍ରେମ, ଜ୍ଞାନ ଓ ସମସ୍ତ ସୂକ୍ଷ୍ମ ବିଚାରରେ ଅଧିକରୁ ଅଧିକ ବୃଦ୍ଧି ପାଉ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.