ଫିଲିପ୍ପୀୟ 1

ପୁଣି, ମୋହର ପ୍ରାର୍ଥନା ଏହି, ତୁମ୍ଭମାନଙ୍କର ପ୍ରେମ, ଜ୍ଞାନ ଓ ସମସ୍ତ ସୂକ୍ଷ୍ମ ବିଚାରରେ ଅଧିକରୁ ଅଧିକ ବୃଦ୍ଧି ପାଉ,

Philippians 1:9 (UKJV) And this I pray, that your love may abound yet more and more in knowledge and in all judgment;

7ଆଉ ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ଏପରି ଭାବିବା ଉଚିତ୍, ଯେଣୁ ତୁମ୍ଭେ ସମସ୍ତେ ମୋହର ବନ୍ଧନରେ ଯେପରି, ସୁସମାଚାର ପକ୍ଷ ସମର୍ଥନ ଓ ସେଥିର ସତ୍ୟ ପ୍ରମାଣ କରିବାରେ ସେହିପରି ମୋʼ ସହିତ ଅନୁଗ୍ରହର ସହଭାଗୀ ଅଟ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ହୃଦୟରେ ଧାରଣ କରିଅଛି।

8କାରଣ ଖ୍ରୀଷ୍ଟ ଯୀଶୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ମୁଁ ତୁମ୍ଭ ସମସ୍ତଙ୍କ ନିମନ୍ତେ କି ପ୍ରକାର ଲାଳାୟିତ, ଏହି ବିଷୟରେ ଈଶ୍ବର ମୋହର ସାକ୍ଷୀ।

9ପୁଣି, ମୋହର ପ୍ରାର୍ଥନା ଏହି, ତୁମ୍ଭମାନଙ୍କର ପ୍ରେମ, ଜ୍ଞାନ ଓ ସମସ୍ତ ସୂକ୍ଷ୍ମ ବିଚାରରେ ଅଧିକରୁ ଅଧିକ ବୃଦ୍ଧି ପାଉ,

10ଯେପରି ତୁମ୍ଭେମାନେ ଉତ୍କୃଷ୍ଟ ବିଷୟଗୁଡ଼ିକ ସମର୍ଥନ କରିପାର, ପୁଣି, ଈଶ୍ବରଙ୍କ ଗୌରବ ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଧାର୍ମିକତାର ଯେଉଁ ଫଳ,

11ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.