ଫିଲିପ୍ପୀୟ 2

ଅତଏବ, ଯଦି ଖ୍ରୀଷ୍ଟଙ୍କ ସହଭାଗିତାରେ କୌଣସି ଉତ୍ସାହ, କୌଣସି ପ୍ରେମପୂର୍ଣ୍ଣ ସାନ୍ତ୍ୱନା, ଆତ୍ମାଙ୍କ କୌଣସି ସହଭାଗିତା, ପୁଣି, କୌଣସି ପ୍ରେମପୂର୍ଣ୍ଣ କରୁଣା ଓ ଦୟା ଥାଏ,

Philippians 2:1 (UKJV) If there be therefore any consolation in Christ, if any comfort of love, if any fellowship of the Spirit, if any bowels and mercies,

1ଅତଏବ, ଯଦି ଖ୍ରୀଷ୍ଟଙ୍କ ସହଭାଗିତାରେ କୌଣସି ଉତ୍ସାହ, କୌଣସି ପ୍ରେମପୂର୍ଣ୍ଣ ସାନ୍ତ୍ୱନା, ଆତ୍ମାଙ୍କ କୌଣସି ସହଭାଗିତା, ପୁଣି, କୌଣସି ପ୍ରେମପୂର୍ଣ୍ଣ କରୁଣା ଓ ଦୟା ଥାଏ,

2ତାହାହେଲେ ତୁମ୍ଭେମାନେ ଏକମନା, ଏକ ପ୍ରେମରେ ପ୍ରେମୀ, ଏକଚିତ୍ତ ଓ ଏକଭାବାପନ୍ନ ହୋଇ ମୋହର ଆନନ୍ଦ ପୂର୍ଣ୍ଣ କର,

3ସ୍ୱାର୍ଥପରତା ଅବା ଅସାର ଗର୍ବ ହେତୁ କିଛି କର ନାହିଁ, ବରଂ ନମ୍ରଚିତ୍ତ ହୋଇ ପ୍ରତ୍ୟେକେ ଅନ୍ୟକୁ ଆପଣାଠାରୁ ଶ୍ରେଷ୍ଠ ମନେ କର;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.