10ଯେପରି ସ୍ୱର୍ଗ, ମର୍ତ୍ତ୍ୟ ଓ ପାତାଳରେ ଥିବା ପ୍ରତ୍ୟେକ ଆଣ୍ଠୁ ଯୀଶୁଙ୍କ ନାମରେ ନତ ହେବ,
11ପୁଣି, ପିତା ଈଶ୍ବରଙ୍କ ଗୌରବ ନିମନ୍ତେ ପ୍ରତ୍ୟେକ ଜିହ୍ୱା ଯୀଶୁ ଖ୍ରୀଷ୍ଟ ପ୍ରଭୁ ବୋଲି ସ୍ୱୀକାର କରିବ।
12ଅତଏବ, ହେ ମୋହର ପ୍ରିୟମାନେ, ଯେପରି ତୁମ୍ଭେମାନେ ସର୍ବଦା ଆଜ୍ଞାବହ ହୋଇଅଛ, କେବଳ ମୋହର ଉପସ୍ଥିତିରେ କଲା ପରି ନୁହେଁ, କିନ୍ତୁ ବର୍ତ୍ତମାନ ମୋହର ଅନୁପସ୍ଥିତିରେ ଆହୁରି ଅଧିକ ରୂପେ ଭୟ ଓ କମ୍ପ ସହ ଆପଣା ଆପଣା ପରିତ୍ରାଣ ସାଧନ କର,
13କାରଣ ଇଚ୍ଛା କରିବାକୁ ଓ ସାଧନ କରିବାକୁ ଈଶ୍ବର ଆପଣା ମଙ୍ଗଳମୟ ସଙ୍କଳ୍ପର ସଫଳତା ନିମନ୍ତେ ତୁମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ କରନ୍ତି।
14ବଚସା ଓ ତର୍କବିତର୍କ ବିନା ସମସ୍ତ କାର୍ଯ୍ୟ କର,