11ପୁଣି, ପିତା ଈଶ୍ବରଙ୍କ ଗୌରବ ନିମନ୍ତେ ପ୍ରତ୍ୟେକ ଜିହ୍ୱା ଯୀଶୁ ଖ୍ରୀଷ୍ଟ ପ୍ରଭୁ ବୋଲି ସ୍ୱୀକାର କରିବ।
12ଅତଏବ, ହେ ମୋହର ପ୍ରିୟମାନେ, ଯେପରି ତୁମ୍ଭେମାନେ ସର୍ବଦା ଆଜ୍ଞାବହ ହୋଇଅଛ, କେବଳ ମୋହର ଉପସ୍ଥିତିରେ କଲା ପରି ନୁହେଁ, କିନ୍ତୁ ବର୍ତ୍ତମାନ ମୋହର ଅନୁପସ୍ଥିତିରେ ଆହୁରି ଅଧିକ ରୂପେ ଭୟ ଓ କମ୍ପ ସହ ଆପଣା ଆପଣା ପରିତ୍ରାଣ ସାଧନ କର,
13କାରଣ ଇଚ୍ଛା କରିବାକୁ ଓ ସାଧନ କରିବାକୁ ଈଶ୍ବର ଆପଣା ମଙ୍ଗଳମୟ ସଙ୍କଳ୍ପର ସଫଳତା ନିମନ୍ତେ ତୁମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ କରନ୍ତି।
14ବଚସା ଓ ତର୍କବିତର୍କ ବିନା ସମସ୍ତ କାର୍ଯ୍ୟ କର,
15ଯେପରି ତୁମ୍ଭେମାନେ ନିର୍ଦ୍ଦୋଷ ଓ ଅମାୟିକ ହୋଇ ଏହି କୁଟିଳ ବିପଥଗାମୀ ବଂଶ ମଧ୍ୟରେ ଈଶ୍ବରଙ୍କ ଅନିନ୍ଦନୀୟ ସନ୍ତାନସନ୍ତତି ହୁଅ; ସେମାନଙ୍କ ମଧ୍ୟରେ ତୁମ୍ଭେମାନେ ଜୀବନର ବାକ୍ୟ ଧରି ଜଗତରେ ଜ୍ୟୋତିଃ ସ୍ୱରୂପ ପ୍ରକାଶ ପାଉଅଛ;