13କାରଣ ଇଚ୍ଛା କରିବାକୁ ଓ ସାଧନ କରିବାକୁ ଈଶ୍ବର ଆପଣା ମଙ୍ଗଳମୟ ସଙ୍କଳ୍ପର ସଫଳତା ନିମନ୍ତେ ତୁମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ କରନ୍ତି।
14ବଚସା ଓ ତର୍କବିତର୍କ ବିନା ସମସ୍ତ କାର୍ଯ୍ୟ କର,
15ଯେପରି ତୁମ୍ଭେମାନେ ନିର୍ଦ୍ଦୋଷ ଓ ଅମାୟିକ ହୋଇ ଏହି କୁଟିଳ ବିପଥଗାମୀ ବଂଶ ମଧ୍ୟରେ ଈଶ୍ବରଙ୍କ ଅନିନ୍ଦନୀୟ ସନ୍ତାନସନ୍ତତି ହୁଅ; ସେମାନଙ୍କ ମଧ୍ୟରେ ତୁମ୍ଭେମାନେ ଜୀବନର ବାକ୍ୟ ଧରି ଜଗତରେ ଜ୍ୟୋତିଃ ସ୍ୱରୂପ ପ୍ରକାଶ ପାଉଅଛ;
16ସେଥିରେ ମୁଁ ଯେ ବୃଥାରେ ଦୌଡ଼ି ନାହିଁ କିଅବା ବୃଥାରେ ପରିଶ୍ରମ କରି ନାହିଁ, ସେ ସମ୍ବନ୍ଧରେ ଖ୍ରୀଷ୍ଟଙ୍କ ପୁନରାଗମନ ଦିନରେ ଦର୍ପ କରିପାରିବି।
17ହଁ, ଆଉ ଯଦି ମୋହର ରକ୍ତ ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧୀୟ ସେବାରେ ପେୟ ନୈବେଦ୍ୟ ପରି ଢଳା ଯାଏ, ତେବେ ମଧ୍ୟ ମୁଁ ଆନନ୍ଦିତ ଓ ତୁମ୍ଭ ସମସ୍ତଙ୍କ ସହିତ ଉଲ୍ଲସିତ।