16ସେଥିରେ ମୁଁ ଯେ ବୃଥାରେ ଦୌଡ଼ି ନାହିଁ କିଅବା ବୃଥାରେ ପରିଶ୍ରମ କରି ନାହିଁ, ସେ ସମ୍ବନ୍ଧରେ ଖ୍ରୀଷ୍ଟଙ୍କ ପୁନରାଗମନ ଦିନରେ ଦର୍ପ କରିପାରିବି।
17ହଁ, ଆଉ ଯଦି ମୋହର ରକ୍ତ ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧୀୟ ସେବାରେ ପେୟ ନୈବେଦ୍ୟ ପରି ଢଳା ଯାଏ, ତେବେ ମଧ୍ୟ ମୁଁ ଆନନ୍ଦିତ ଓ ତୁମ୍ଭ ସମସ୍ତଙ୍କ ସହିତ ଉଲ୍ଲସିତ।
18ଆଉ, ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆନନ୍ଦ କର ଓ ମୋʼ ସହିତ ଉଲ୍ଲାସ କର।
19କିନ୍ତୁ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ଶୀଘ୍ର ପଠାଇବି ବୋଲି ପ୍ରଭୁ ଯୀଶୁଙ୍କଠାରେ ଭରସା କରୁଅଛି, ଯେପରି ତୁମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ମୁଁ ମଧ୍ୟ ଉତ୍ସାହିତ ହେବି।
20କାରଣ ଯେ ତୁମ୍ଭମାନଙ୍କ ବିଷୟରେ ପ୍ରକୃତରେ ମନୋଯୋଗ କରିବ, ଏପରି ସମଭାବାପନ୍ନ ଲୋକ ତାହାଙ୍କ ବିନା ମୋʼ ନିକଟରେ ଆଉ କେହି ନାହିଁ।