20କାରଣ ଯେ ତୁମ୍ଭମାନଙ୍କ ବିଷୟରେ ପ୍ରକୃତରେ ମନୋଯୋଗ କରିବ, ଏପରି ସମଭାବାପନ୍ନ ଲୋକ ତାହାଙ୍କ ବିନା ମୋʼ ନିକଟରେ ଆଉ କେହି ନାହିଁ।
21ଯେଣୁ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କ ବିଷୟ ଚେଷ୍ଟା ନ କରି ସ୍ୱାର୍ଥ ଚେଷ୍ଟା କରନ୍ତି।
22ସେ ଯେ ପରୀକ୍ଷାସିଦ୍ଧ ଲୋକ, ଏହା ତୁମ୍ଭେମାନେ ଜାଣ; ପୁତ୍ର ପିତାର ସେବା କଲା ପରି ସେ ତ ସୁସମାଚାର କାର୍ଯ୍ୟରେ ମୋʼ ସହିତ ସେବା କରିଥିଲେ।
23ଅତଏବ, ମୋʼ ପ୍ରତି କଅଣ ଘଟିବ, ତାହା ଜାଣିବାମାତ୍ର ତାହାଙ୍କୁ ପଠାଇବି ବୋଲି ଭରସା କରୁଅଛି;
24କିନ୍ତୁ ମୁଁ ପ୍ରଭୁଙ୍କଠାରେ ବିଶ୍ୱାସ କରୁଅଛି ଯେ, ମୁଁ ନିଜେ ମଧ୍ୟ ଶୀଘ୍ର ଯିବି।