22ସେ ଯେ ପରୀକ୍ଷାସିଦ୍ଧ ଲୋକ, ଏହା ତୁମ୍ଭେମାନେ ଜାଣ; ପୁତ୍ର ପିତାର ସେବା କଲା ପରି ସେ ତ ସୁସମାଚାର କାର୍ଯ୍ୟରେ ମୋʼ ସହିତ ସେବା କରିଥିଲେ।
23ଅତଏବ, ମୋʼ ପ୍ରତି କଅଣ ଘଟିବ, ତାହା ଜାଣିବାମାତ୍ର ତାହାଙ୍କୁ ପଠାଇବି ବୋଲି ଭରସା କରୁଅଛି;
24କିନ୍ତୁ ମୁଁ ପ୍ରଭୁଙ୍କଠାରେ ବିଶ୍ୱାସ କରୁଅଛି ଯେ, ମୁଁ ନିଜେ ମଧ୍ୟ ଶୀଘ୍ର ଯିବି।
25କିନ୍ତୁ ମୁଁ ମୋହର ଭ୍ରାତା, ସହକର୍ମୀ, ସହସେନା ଓ ମୋହର ଅଭାବ ପୂରଣ ନିମନ୍ତେ ତୁମ୍ଭମାନଙ୍କର ପ୍ରେରିତ ଓ ସେବକ ଏପାଫ୍ରାଦିତଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇବା ପାଇଁ ଆବଶ୍ୟକ ମନେ କଲି;
26କାରଣ ସେ ତୁମ୍ଭ ସମସ୍ତଙ୍କୁ ଦେଖିବା ପାଇଁ ଅତ୍ୟନ୍ତ ଇଚ୍ଛୁକ, ପୁଣି, ସେ ପୀଡ଼ିତ ଅଛନ୍ତି ବୋଲି ତୁମ୍ଭେମାନେ ଶୁଣିଥିବାରୁ ଅତ୍ୟନ୍ତ ବ୍ୟଥିତ;