26କାରଣ ସେ ତୁମ୍ଭ ସମସ୍ତଙ୍କୁ ଦେଖିବା ପାଇଁ ଅତ୍ୟନ୍ତ ଇଚ୍ଛୁକ, ପୁଣି, ସେ ପୀଡ଼ିତ ଅଛନ୍ତି ବୋଲି ତୁମ୍ଭେମାନେ ଶୁଣିଥିବାରୁ ଅତ୍ୟନ୍ତ ବ୍ୟଥିତ;
27ହଁ, ସେ ମୃତ୍ୟୁ ସରିକି ପୀଡ଼ିତ ହୋଇଥିଲେ, କିନ୍ତୁ ଈଶ୍ବର ତାହାଙ୍କୁ ଦୟା କଲେ, ଆଉ କେବଳ ତାହାଙ୍କୁ ନୁହେଁ, ମାତ୍ର ଯେପରି ମୋʼ ପ୍ରତି ଦୁଃଖ ଉପରେ ଦୁଃଖ ଘଟିବ ନାହିଁ, ଏଥିପାଇଁ ମୋʼ ଉପରେ ମଧ୍ୟ ଦୟା କଲେ।
28ଏଣୁ ତୁମ୍ଭେମାନେ ଯେପରି ତାହାଙ୍କୁ ପୁନର୍ବାର ଦେଖି ଆନନ୍ଦ କର ଓ ମୋʼ ଦୁଃଖ ଯେପରି ଊଣା ପଡ଼େ, ଏଥିପାଇଁ ମୁଁ ତାହାଙ୍କୁ ପଠାଇବା ନିମନ୍ତେ ଅଧିକ ଯତ୍ନବାନ ହେଲି।
29ଅତଏବ, ପ୍ରଭୁଙ୍କ ହେତୁ ତାହାଙ୍କୁ ଅତି ଆନନ୍ଦରେ ଗ୍ରହଣ କର, ଆଉ ଏହି ପ୍ରକାର ବ୍ୟକ୍ତିମାନଙ୍କୁ ସମାଦର କର;
30କାରଣ ମୋʼ ପ୍ରତି ତୁମ୍ଭମାନଙ୍କ ସେବାରେ ଯାହା କିଛି ଅଭାବ, ତାହା ପୂରଣ କରିବାକୁ ସେ ଖ୍ରୀଷ୍ଟଙ୍କ କାର୍ଯ୍ୟରେ ଆପଣା ଜୀବନ ବିପଦଗ୍ରସ୍ତ କରି ମୃତପ୍ରାୟ ହୋଇଥିଲେ।