2ତାହାହେଲେ ତୁମ୍ଭେମାନେ ଏକମନା, ଏକ ପ୍ରେମରେ ପ୍ରେମୀ, ଏକଚିତ୍ତ ଓ ଏକଭାବାପନ୍ନ ହୋଇ ମୋହର ଆନନ୍ଦ ପୂର୍ଣ୍ଣ କର,
3ସ୍ୱାର୍ଥପରତା ଅବା ଅସାର ଗର୍ବ ହେତୁ କିଛି କର ନାହିଁ, ବରଂ ନମ୍ରଚିତ୍ତ ହୋଇ ପ୍ରତ୍ୟେକେ ଅନ୍ୟକୁ ଆପଣାଠାରୁ ଶ୍ରେଷ୍ଠ ମନେ କର;
4ପ୍ରତି ଜଣ କେବଳ ଆପଣା ବିଷୟରେ ମନୋଯୋଗୀ ନ ହୋଇ ଅନ୍ୟର ବିଷୟରେ ମଧ୍ୟ ମନୋଯୋଗୀ ହୁଅ।
5ଖ୍ରୀଷ୍ଟ ଯୀଶୁଙ୍କର ଯେପରି ମନ ଥିଲା, ତୁମ୍ଭମାନଙ୍କର ସେହିପରି ମନ ହେଉ;
6ସେ ଈଶ୍ବରରୂପୀ ହେଲେ ହେଁ ଈଶ୍ବରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ,