5ଖ୍ରୀଷ୍ଟ ଯୀଶୁଙ୍କର ଯେପରି ମନ ଥିଲା, ତୁମ୍ଭମାନଙ୍କର ସେହିପରି ମନ ହେଉ;
6ସେ ଈଶ୍ବରରୂପୀ ହେଲେ ହେଁ ଈଶ୍ବରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ,
7କିନ୍ତୁ ମନୁଷ୍ୟ ସଦୃଶ ହୋଇ ଦାସରୂପ ଧାରଣ କରି ଆପଣାକୁ ଶୂନ୍ୟ କଲେ;
8ପୁଣି, ମନୁଷ୍ୟ ଭାବରେ ଦେଖାଯାଇ ମୃତ୍ୟୁ ପର୍ଯ୍ୟନ୍ତ, ହଁ, କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ ଆଜ୍ଞାବହ ହୋଇ ଆପଣାକୁ ଅବନତ କଲେ।
9ଏହି କାରଣରୁ ଈଶ୍ବର ତାହାଙ୍କୁ ଅତିଶୟ ଉନ୍ନତ କରିଅଛନ୍ତି, ପୁଣି, ସମସ୍ତ ନାମ ଅପେକ୍ଷା ସର୍ବୋତ୍କୃଷ୍ଟ ନାମ ତାହାଙ୍କୁ ପ୍ରଦାନ କରିଅଛନ୍ତି,