2କୁକୁରମାନଙ୍କଠାରୁ ସାବଧାନ, ଦୁଷ୍ଟ କାର୍ଯ୍ୟକାରୀମାନଙ୍କଠାରୁ ସାବଧାନ, ସୁନ୍ନତବାଦୀ ଲୋକମାନଙ୍କଠାରୁ ସାବଧାନ;
3କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ପ୍ରାପ୍ତ, ଆମ୍ଭେମାନେ ଈଶ୍ବରଙ୍କ ଆତ୍ମାରେ ଉପାସନା କରୁ, ପୁଣି, ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରୁ।
4ମୁଁ ତ ବାହ୍ୟିକ ବିଷୟ ଉପରେ ମଧ୍ୟ ନିର୍ଭର କରିପାରନ୍ତି; ଯଦି ଅନ୍ୟ କେହି ବାହ୍ୟିକ ବିଷୟ ଉପରେ ନିର୍ଭର କରିପାରେ ବୋଲି ମନେ କରେ, ତେବେ ମୁଁ ଅଧିକ କରିପାରେ;
5ମୁଁ ଅଷ୍ଟମ ଦିନରେ ସୁନ୍ନତ ପ୍ରାପ୍ତ, ଇସ୍ରାଏଲ ବଂଶଜାତ, ବିନ୍ୟାମୀନ୍ ଗୋଷ୍ଠୀୟ, ଏବ୍ରୀୟ-ରକ୍ତଜାତ ଜଣେ ଏବ୍ରୀୟ, ମୋଶାଙ୍କ ବ୍ୟବସ୍ଥା ପାଳନ ସମ୍ବନ୍ଧରେ ଜଣେ ଫାରୂଶୀ,
6ଉଦ୍ଯୋଗ ସମ୍ବନ୍ଧରେ ମଣ୍ଡଳୀର ଜଣେ ତାଡ଼ନାକାରୀ, ପୁଣି, ମୋଶାଙ୍କ ବ୍ୟବସ୍ଥାଗତ ଧାର୍ମିକତା ସମ୍ବନ୍ଧରେ ନିର୍ଦ୍ଦୋଷ ଦେଖାଯାଇଥିଲି।