8ଅବଶେଷରେ, ହେ ଭ୍ରାତୃଗଣ, ଯାହା ଯାହା ସତ୍ୟ, ଯାହା ଯାହା ଆଦରଣୀୟ, ଯାହା ଯାହା ଯଥାର୍ଥ, ଯାହା ଯାହା ବିଶୁଦ୍ଧ, ଯାହା ଯାହା ପ୍ରିୟ, ଯାହା ଯାହା ସୁଖ୍ୟାତିଯୁକ୍ତ, ଯେକୌଣସି ସଦ୍ଗୁଣ ଓ ପ୍ରଶଂସାର ବିଷୟ ଥାଏ, ସେହି ସମସ୍ତ ବିଷୟ ଚିନ୍ତା କର।
9ତୁମ୍ଭେମାନେ ଯେ ସମସ୍ତ ବିଷୟ ମୋʼଠାରୁ ଶିଖିଅଛ, ପାଇଅଛ, ଶୁଣିଅଛ ଓ ମୋʼ ଠାରେ ଦେଖିଅଛ, ସେହିସବୁ କର; ସେଥିରେ ଶାନ୍ତିଦାତା ଈଶ୍ବର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ।
10ଏବେ ଅବଶେଷରେ ମୋʼ ନିମନ୍ତେ ତୁମ୍ଭମାନଙ୍କର ଚିନ୍ତା ଯେ ପ୍ରକାଶ ହୋଇପାରିଲା, ଏଥିପାଇଁ ମୁଁ ପ୍ରଭୁଙ୍କଠାରେ ମହାନନ୍ଦ କରୁଅଛି; ପ୍ରକୃତରେ ମୋʼ ବିଷୟରେ ତୁମ୍ଭମାନଙ୍କର ଚିନ୍ତା ଥିଲା, କିନ୍ତୁ ସୁଯୋଗ ନ ଥିଲା।
11ଅଭାବ ହେତୁ ମୁଁ ଯେ ଏହା କହୁଅଛି, ତାହା ନୁହେଁ, କାରଣ ମୁଁ ଯେକୌଣସି ଅବସ୍ଥାରେ ଥାଏ, ସେଥିରେ ସନ୍ତୁଷ୍ଟ ରହିବାକୁ ଶିକ୍ଷା କରିଅଛି।
12ଦୀନତା ଭୋଗ କରି ଜାଣେ ଓ ପ୍ରଚୁରତା ମଧ୍ୟ ଭୋଗ କରି ଜାଣେ; ସର୍ବ ଅବସ୍ଥାରେ ଓ ସର୍ବ ବିଷୟରେ, ପରିତୃପ୍ତ ହେବାରେ ବା କ୍ଷୁଧିତ ରହିବାରେ, ପ୍ରଚୁରତା ଭୋଗ କରିବାରେ କିଅବା ଅଭାବଗ୍ରସ୍ତ ହେବାରେ ମୁଁ ସୁଶିକ୍ଷିତ ହୋଇଛି।