10ଏବେ ଅବଶେଷରେ ମୋʼ ନିମନ୍ତେ ତୁମ୍ଭମାନଙ୍କର ଚିନ୍ତା ଯେ ପ୍ରକାଶ ହୋଇପାରିଲା, ଏଥିପାଇଁ ମୁଁ ପ୍ରଭୁଙ୍କଠାରେ ମହାନନ୍ଦ କରୁଅଛି; ପ୍ରକୃତରେ ମୋʼ ବିଷୟରେ ତୁମ୍ଭମାନଙ୍କର ଚିନ୍ତା ଥିଲା, କିନ୍ତୁ ସୁଯୋଗ ନ ଥିଲା।
11ଅଭାବ ହେତୁ ମୁଁ ଯେ ଏହା କହୁଅଛି, ତାହା ନୁହେଁ, କାରଣ ମୁଁ ଯେକୌଣସି ଅବସ୍ଥାରେ ଥାଏ, ସେଥିରେ ସନ୍ତୁଷ୍ଟ ରହିବାକୁ ଶିକ୍ଷା କରିଅଛି।
12ଦୀନତା ଭୋଗ କରି ଜାଣେ ଓ ପ୍ରଚୁରତା ମଧ୍ୟ ଭୋଗ କରି ଜାଣେ; ସର୍ବ ଅବସ୍ଥାରେ ଓ ସର୍ବ ବିଷୟରେ, ପରିତୃପ୍ତ ହେବାରେ ବା କ୍ଷୁଧିତ ରହିବାରେ, ପ୍ରଚୁରତା ଭୋଗ କରିବାରେ କିଅବା ଅଭାବଗ୍ରସ୍ତ ହେବାରେ ମୁଁ ସୁଶିକ୍ଷିତ ହୋଇଛି।
13ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରିପାରେ।
14ତଥାପି ତୁମ୍ଭେମାନେ ମୋହର କ୍ଳେଶଭୋଗର ସହଭାଗୀ ହେବା ଦ୍ୱାରା ଭଲ କରିଅଛ।