17ଦାନ ସକାଶେ ମୁଁ ଲାଳାୟିତ ନୁହେଁ, ମାତ୍ର ଯେଉଁ ଫଳ ଦ୍ୱାରା ତୁମ୍ଭମାନଙ୍କ ହିସାବର ଜମାପାଖ ଅଧିକରୁ ଅଧିକ ବୃଦ୍ଧି ପାଉଅଛି, ସେଥିସକାଶେ ଲାଳାୟିତ।
18ମୁଁ ସବୁ ପାଇଅଛି, ପୁଣି, ମୋହର ପ୍ରଚୁର ଅଛି; ତୁମ୍ଭମାନଙ୍କର ପଠାଇଥିବା ଯେଉଁ ସବୁ ବିଷୟ ଏପାଫ୍ରାଦିତଙ୍କ ପାଖରୁ ପାଇଅଛି, ସେହିସବୁ ମୋʼ ପାଇଁ ଯଥେଷ୍ଟ; ସେହିସବୁ ଈଶ୍ବରଙ୍କ ନିକଟରେ ତୁଷ୍ଟିଜନକ ସୁଗନ୍ଧି ନୈବେଦ୍ୟ ଓ ସୁଗ୍ରାହ୍ୟ ବଳିସ୍ୱରୂପ।
19ପୁଣି, ମୋହର ଈଶ୍ବର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କର ଗୌରବମୟ ଐଶ୍ୱର୍ଯ୍ୟ ଅନୁସାରେ ତୁମ୍ଭମାନଙ୍କର ପ୍ରତ୍ୟେକ ଅଭାବ ପୂରଣ କରିବେ।
20ଆମ୍ଭମାନଙ୍କର ଈଶ୍ବର ଓ ପିତାଙ୍କ ପ୍ରତି ଯୁଗେ ଯୁଗେ ଗୌରବ ହେଉ। ଆମେନ୍।
21ଖ୍ରୀଷ୍ଟ ଯୀଶୁଙ୍କ ନାମରେ ପ୍ରତ୍ୟେକ ସାଧୁଙ୍କୁ ନମସ୍କାର ଜଣାଅ। ମୋହର ସଙ୍ଗୀ ଭ୍ରାତୃଗଣ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।