ଫିଲିପ୍ପୀୟ 4

ପୁଣି, ହେ ପ୍ରକୃତ ସହକାରୀ, ଏହି ମହିଳାମାନଙ୍କୁ ସାହାଯ୍ୟ କରିବା ପାଇଁ ତୁମ୍ଭକୁ ମଧ୍ୟ ନିବେଦନ କରୁଅଛି, କାରଣ ଏମାନେ କ୍ଳେମେନ୍ସ୍ ଓ ମୋହର ଅନ୍ୟ ସହକର୍ମୀମାନଙ୍କ ସଙ୍ଗରେ ସୁସମାଚାର କାର୍ଯ୍ୟରେ ମୋʼ ସହିତ ପରିଶ୍ରମ କରିଅଛନ୍ତି; ସେହି ସହକର୍ମୀମାନଙ୍କର ନାମ ଜୀବନ ପୁସ୍ତକରେ ଅଛି।

Philippians 4:3 (UKJV) And I implore you also, true yokefellow, help those women which laboured with me in the gospel, with Clement also, and with other my fellow labourers, whose names are in the book of life.

1ଅତଏବ, ହେ ମୋହର ପ୍ରିୟ ଓ ଇଷ୍ଟ, ମୋହର ଆନନ୍ଦ ଓ ମୁକୁଟ ସ୍ୱରୂପ ଭ୍ରାତୃବୃନ୍ଦ, ଏହିପରି ଭାବରେ ପ୍ରଭୁଙ୍କଠାରେ ସ୍ଥିର ହୋଇଥାଅ।

2ପ୍ରଭୁଙ୍କଠାରେ ଏକମନା ହେବା ନିମନ୍ତେ ମୁଁ ଇୟଦିଆ ଓ ସୁନ୍ତୁଖୀ ଉଭୟଙ୍କୁ ଅନୁରୋଧ କରୁଅଛି।

3ପୁଣି, ହେ ପ୍ରକୃତ ସହକାରୀ, ଏହି ମହିଳାମାନଙ୍କୁ ସାହାଯ୍ୟ କରିବା ପାଇଁ ତୁମ୍ଭକୁ ମଧ୍ୟ ନିବେଦନ କରୁଅଛି, କାରଣ ଏମାନେ କ୍ଳେମେନ୍ସ୍ ଓ ମୋହର ଅନ୍ୟ ସହକର୍ମୀମାନଙ୍କ ସଙ୍ଗରେ ସୁସମାଚାର କାର୍ଯ୍ୟରେ ମୋʼ ସହିତ ପରିଶ୍ରମ କରିଅଛନ୍ତି; ସେହି ସହକର୍ମୀମାନଙ୍କର ନାମ ଜୀବନ ପୁସ୍ତକରେ ଅଛି।

4ସର୍ବଦା ପ୍ରଭୁଙ୍କଠାରେ ଆନନ୍ଦ କର, ପୁନଶ୍ଚ କହୁଅଛି, ଆନନ୍ଦ କର।

5ତୁମ୍ଭମାନଙ୍କର ମୃଦୁପଣ ସମସ୍ତ ଲୋକଙ୍କ ନିକଟରେ ପ୍ରକାଶିତ ହେଉ। ପ୍ରଭୁ ନିକଟବର୍ତ୍ତୀ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.