ହିତୋପଦେଶ 1

ହେ ମୋହର ପୁତ୍ର, ପାପୀଗଣ ତୁମ୍ଭକୁ ଫୁସୁଲାଇଲେ, ତୁମ୍ଭେ ସମ୍ମତ ହୁଅ ନାହିଁ।

Proverbs 1:10 (UKJV) My son, if sinners entice you, consent you not.

8ହେ ମୋହର ପୁତ୍ର, ତୁମ୍ଭ ପିତାର ଉପଦେଶ ଶୁଣ ଓ ତୁମ୍ଭ ମାତାର ଆଦେଶ ପରିତ୍ୟାଗ କର ନାହିଁ।

9ଯେହେତୁ ତାହା ତୁମ୍ଭର ଅନୁଗ୍ରହଜନକ ଶିରୋଭୂଷଣ ଓ ଗଳଦେଶର ହାର ସ୍ୱରୂପ ହେବ।

10ହେ ମୋହର ପୁତ୍ର, ପାପୀଗଣ ତୁମ୍ଭକୁ ଫୁସୁଲାଇଲେ, ତୁମ୍ଭେ ସମ୍ମତ ହୁଅ ନାହିଁ।

11ସେମାନେ ଯଦି କହନ୍ତି, “ଆମ୍ଭମାନଙ୍କ ସହିତ ଆସ, ଆମ୍ଭେମାନେ ହତ୍ୟା କରିବାକୁ ଛକି ବସୁ, ନିର୍ଦ୍ଦୋଷମାନଙ୍କୁ ଅକାରଣରେ ଧରିବାକୁ ଗୁପ୍ତରେ ଲୁଚି ରହୁ;

12ପାତାଳର ନ୍ୟାୟ ଆମ୍ଭେମାନେ ସେମାନଙ୍କୁ ଜୀଅନ୍ତା ଗ୍ରାସ କରୁ ଓ ଗର୍ତ୍ତପତିତ ଲୋକ ପରି ସେମାନଙ୍କୁ ସର୍ବତୋଭାବେ ଗ୍ରାସ କରୁ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.