17କୌଣସି ପକ୍ଷୀର ଆଖି ଆଗରେ ଜାଲ ପାତିବା ନିତାନ୍ତ ବ୍ୟର୍ଥ ହୁଏ।
18ସେମାନେ ନିଜ ନିଜର ରକ୍ତପାତ କରିବାକୁ ଛକି ବସନ୍ତି ଓ ଆପଣାମାନଙ୍କ ପ୍ରାଣକୁ (ଧରିବା ପାଇଁ) ଗୁପ୍ତରେ ଲୁଚି ରହନ୍ତି।
19ସମସ୍ତ ଧନଲୋଭୀର ଗତି ଏହି; ତାହା ଧନର ଅଧିକାରୀମାନଙ୍କର ପ୍ରାଣନାଶ କରେ।
20ଜ୍ଞାନ ରାସ୍ତାରେ ଉଚ୍ଚସ୍ୱରରେ ଡାକେ; ସେ ଛକ ସ୍ଥାନମାନଙ୍କରେ ଆପଣା ରବ ଶୁଣାଏ;
21ସେ ଲୋକମାନଙ୍କର ପ୍ରଧାନ ସ୍ଥାନରେ ଡାକେ; ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଓ ନଗର ମଧ୍ୟରେ ଆପଣା ବାକ୍ୟ ଉଚ୍ଚାରଣ କରି କହେ;