ହିତୋପଦେଶ 1

ଜ୍ଞାନ ରାସ୍ତାରେ ଉଚ୍ଚସ୍ୱରରେ ଡାକେ; ସେ ଛକ ସ୍ଥାନମାନଙ୍କରେ ଆପଣା ରବ ଶୁଣାଏ;

Proverbs 1:20 (UKJV) Wisdom cries without; she utters her voice in the streets:

18ସେମାନେ ନିଜ ନିଜର ରକ୍ତପାତ କରିବାକୁ ଛକି ବସନ୍ତି ଓ ଆପଣାମାନଙ୍କ ପ୍ରାଣକୁ (ଧରିବା ପାଇଁ) ଗୁପ୍ତରେ ଲୁଚି ରହନ୍ତି।

19ସମସ୍ତ ଧନଲୋଭୀର ଗତି ଏହି; ତାହା ଧନର ଅଧିକାରୀମାନଙ୍କର ପ୍ରାଣନାଶ କରେ।

20ଜ୍ଞାନ ରାସ୍ତାରେ ଉଚ୍ଚସ୍ୱରରେ ଡାକେ; ସେ ଛକ ସ୍ଥାନମାନଙ୍କରେ ଆପଣା ରବ ଶୁଣାଏ;

21ସେ ଲୋକମାନଙ୍କର ପ୍ରଧାନ ସ୍ଥାନରେ ଡାକେ; ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଓ ନଗର ମଧ୍ୟରେ ଆପଣା ବାକ୍ୟ ଉଚ୍ଚାରଣ କରି କହେ;

22“ହେ ନିର୍ବୋଧ ଲୋକମାନେ, କେତେ କାଳ ମୂର୍ଖତାକୁ ଭଲ ପାଇବ? ହେ ନିନ୍ଦୁକମାନେ, ଆଉ କେତେ କାଳ ନିନ୍ଦାରେ ସନ୍ତୁଷ୍ଟ ଥିବ? ହେ ମୂର୍ଖମାନେ, ଆଉ କେତେ କାଳ ବିଦ୍ୟାକୁ ଘୃଣା କରିବ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.